Today Horoscope: ଯାତ୍ରା ସମୟରେ ସତର୍କ ରୁହନ୍ତୁ ଏହି ରାଶିର ଲୋକେ, ଜାଣନ୍ତୁ କେମିତି କଟିବ ଆଜିର ଦିନ?

Horoscope Today 20 October 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅକ୍ଟୋବର ୨୦ ହେଉଛି ଶୁକ୍ରବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

ଜୀ ଓଡ଼ିଶା ଡେସ୍କ Fri, 20 Oct 2023-5:50 am,
1/12

ମେଷ:- ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରସଂଶିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ। ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

2/12

ବୃଷ:- ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁ ବର୍ଗଙ୍କ ଲାଗି ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା,  ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

 

3/12

ମିଥୁନ:- ଆଜି କର୍ମକ୍ଷେତ୍ରର ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।

 

4/12

କର୍କଟ:- ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ । ମାନସିକ ଚିନ୍ତା ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଶୁଭ ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିପାରିବେ।

 

5/12

ସିଂହ:- ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନରେ ସୁଖ, ସୌହାର୍ଦ୍ଦ୍ୟ ବୃଦ୍ଧି ପାଇବ। ନୂତନ ନିଯୁକ୍ତି , ସ୍ଥାନାନ୍ତର ସକାଶେ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।

 

6/12

କନ୍ୟା:- ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ, କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେଇ ଖୁସି ମନେଇବେ।

7/12

ତୁଳା:- ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡି଼ପାରନ୍ତି। ଦୀର୍ଘ ଦିନରୁ ରହିଆସିଥିବା ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।

 

8/12

ବିଛା:- ଆଜି ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ।  ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

9/12

ଧନୁ:- ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

 

10/12

ମକର:- ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

 

11/12

କୁମ୍ଭ:- ଆଜି ପରିସ୍ଥିତିରେ ପଡି଼ ଆର୍ଥିକ ଅନଟନ, କାର୍ଯ୍ୟହାନୀ, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। । ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଓ ଆଜିର ଯାତ୍ରା ସଫଳ ହେବ। ମାଲି ମକଦ୍ଦମାରେ ଏକ ପ୍ରକାର ଆଶ୍ୱସ୍ତିଲାଭ କରିବେ।

 

12/12

ମୀନ:- ଦୀର୍ଘ ଦିନର ବାଦ ବିବାଦର ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ । ବନ୍ଧୁଙ୍କ ସହଯୋଗ ମିଳିବ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link