Advertisement
Photo Details/zeeodisha/odisha1933783
photoDetails0hindi

Today Horoscope: ଏହିସବୁ ରାଶିରେ ଘଟିବ ବିବାଦୀୟ ପରିସ୍ଥିତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅକ୍ଟୋବର ୨୯ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

 

1/12

ମେଷ-  ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଫଳ ପ୍ରଦାନ କରିବ। 

2/12

ବୃଷ-  ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ । 

3/12

ମିଥୁନ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ । ଆକସ୍ମିକ ଧନଲାଭର ଯୋଗ ରହିଛି।   

4/12

କର୍କଟ-ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ  ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ । ବନ୍ଧୁ ବାନ୍ଧବକଙ୍କ ଠାରୁ ସୁସମ୍ବାଦ ପାଇ ଖୁସି ହେବେ। 

5/12

ସିଂହ- ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ । ନିଜ ବନ୍ଧୁ ହିଁ ଆପଣଙ୍କ ସହ ବିଶ୍ବାସଘାତକା କରି ପାରନ୍ତି। 

6/12

କନ୍ୟା- ସାମାନ୍ୟ ଶରୀର ପୀଡ଼ା ଦେଖାଦେବ । ଆଜି ଆପଣ ନାନା ସମସ୍ୟାରେ ଜଡିତ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖାଦେବ । ଫଳରେ ଅଶାନ୍ତିରେ ଦିନଟି କଟିବ। 

7/12

ତୁଳା- ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

 

8/12

ବିଛା- ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।

9/12

ଧନୁ- କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ । ଦୂର ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। 

 

10/12

ମକର- ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

 

11/12

କୁମ୍ଭ- ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।  

12/12

ମୀନ- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପାରିବାରିକ ବିବାଦର ଅନ୍ତ ଘଟିବ।