Advertisement
Photo Details/zeeodisha/odisha2398351
photoDetails0hindi

Weather Report: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଏହି ସବୁ ଜିଲ୍ଲା ପାଇଁ ଆଲର୍ଟ ଜାରି..

Weather Report: ବଙ୍ଗୋପସାଗରରେ ସିରିଜ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ସେପ୍ଟେମ୍ବର ପ୍ରଥମ ସପ୍ତାହ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ।

1/7

Weather Report: ବଙ୍ଗୋପସାଗରରେ ସିରିଜ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ସେପ୍ଟେମ୍ବର ପ୍ରଥମ ସପ୍ତାହ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ।

 

#Warning for Day-1 to Day-3: Day-4 & Day-5 : No Warning pic.twitter.com/RsJnOoJ7Z3

— Meteorological Centre, Bhubaneswar (@mcbbsr) August 24, 2024

2/7

ଆଜି ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି।

3/7

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

4/7

ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୮ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର(Keonjhar), ମୟୂରଭଞ୍ଜ,  କଟକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର(Jagatsinghpur)କୁ ସତର୍କତା ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

5/7

ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜ(Mayurbhanj)କୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

6/7

ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ(Bhadrak), କେନ୍ଦ୍ରାପଡ଼ା(Kendrapara), ଜଗତସିଂହପୁର, କଟକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

7/7

୨୭ ଏବଂ ୨୮ ତାରିଖରେ ବର୍ଷା କମିବା ସହ ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।