Weather Report: ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟ, ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି
ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
)
Weather Report: ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
)
ଏହାର ପ୍ରଭାବରେ ବର୍ତ୍ତମାନ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା(Rain) ଲାଗିରହିଛି। ରାଜ୍ୟରେ ପ୍ରାୟ ଏକ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଜାରି ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
)
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବିଶେଷ କରି ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ବର୍ଷା ରେକର୍ଡ ହୋଇଛି।
ଏହି ଜିଲ୍ଲାର ବିଭିନ୍ନ ସ୍ଥାନରେ ୭-୨୦ ସେଣ୍ଟିମିଟର ବର୍ଷା ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବାର ସମ୍ଭାବନା ରହିଛି।
ସୋମବାର ଓ ମଙ୍ଗଳବାର ଉତ୍ତର ଓଡ଼ିଶା ଯଥା ମୟୂରଭଞ୍ଜ(Mayurbhanj), କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ(Orange Warning) ଜାରି କରାଯାଇଛି।
ଏଥି ସହିତ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୨୭ ତାରିଖରେ ବଡ଼ ବର୍ଷା ନ ଥିବା ବେଳେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସହ କଚ୍ଚା ରାସ୍ତା ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ଠିକ୍ କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍ଆରସି(SRC)ଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।