ବିବାହ ସିଜନରେ ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ`ଣ ରହିଛି ନୂଆ ରେଟ୍

Gold-Silver Rate: ଦେଶରେ ଗତକାଲି ସୁନା ମୂଲ୍ୟରେ ୭୨୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାରେ ପହଞ୍ଚିଛି ।

Wed, 06 Apr 2022-7:04 pm,
1/8

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ମାର୍ଚ୍ଚ ୧ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । 

2/8

ଦେଶରେ ଗତକାଲି ସୁନା ମୂଲ୍ୟରେ ୭୨୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୨୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୦୦୦ ଟଙ୍କା ଥିଲା ।

3/8

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି । 

4/8

ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କା ରହିଛି । ଯାହା ଗତକାଲି ୬,୫୨୦ ଟଙ୍କା ଥିଲା ।

5/8

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଆଜି ସୁନା ଦର (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୨୮୦ ଟଙ୍କା ଥିଲା । 

6/8

ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୦୦୦ ଟଙ୍କା ଥିଲା ।

7/8

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି । 

ଏହା ବି ପଢ଼ନ୍ତୁ:-ୟୁକ୍ରେନର ଖାର୍କିଭ ଉପରେ ଋଷର ବୋମା ବର୍ଷା, କୀଭରେ ଆଲର୍ଟ ସାଇରନ୍, ଲୋକଙ୍କୁ ବଙ୍କରକୁ ଯିବାକୁ ପରାମର୍ଶ, ଜାଣନ୍ତୁ ଯୁଦ୍ଧର ୧୦ଟି ବଡ଼ କଥା

ଏହା ବି ପଢ଼ନ୍ତୁ:-ବାଇଡେନଙ୍କ ବଡ଼ ବୟାନ; ଋଷକୁ ଅଟକାଇବା ପାଇଁ ତୃତୀୟ ବିଶ୍ୱଯୁଦ୍ଧ ହିଁ ଏକମାତ୍ର ବିକଳ୍ପ

ଏହା ବି ପଢ଼ନ୍ତୁ:-ବିନାଶ ଅଭିମୂଖେ ଦୁନିଆ! ଋଷ ଆରମ୍ଭ କଲା ପରମାଣୁ ଯୁଦ୍ଧାଭ୍ୟାସ

8/8

ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କା ରହିଛି । ଯାହା ଗତକାଲି ୬,୫୨୦ ଟଙ୍କା ଥିଲା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link