Advertisement
Photo Details/zeeodisha/odisha1138761
photoDetails0hindi

ଆଜି ଆହୁରି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୨୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୨୦ ଟଙ୍କାର ହ୍ରାସ ଘଟିଛି । 

1/5

ନୂଆଦିଲ୍ଲୀ: Gold-Silver Rate: ଆଜି (ବୁଧବାର) ଅର୍ଥାତ ମାର୍ଚ୍ଚ ୩୦ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବାବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଲଗାତର ଦିନ ହେବ ଦେଶରେ ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଉଛି । ୩ ଦିନରେ  ସୁନା ମୂଲ୍ୟରେ ୬୧୦ ଟଙ୍କାର ହ୍ରାସ ଦେଖାଦେଇଛି । 

2/5

ଦେଶରେ ଗତକାଲି (ମଙ୍ଗଳବାର) ସୁନା ମୂଲ୍ୟରେ ୨୧୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୧୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୭୫୦ ଟଙ୍କା ଥିଲା ।

3/5

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟି ଥିବାବେଳେ ଆଜି ରୁପା ଦରରେ ୪୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୧୦ ଟଙ୍କା ରହିଛି । ଯାହା ଗତକାଲି ୬,୮୦୦ ଟଙ୍କା ଥିଲା ।

4/5

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୨୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୧,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୧୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୭୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ପୁରୁଷଙ୍କ ବିଭିନ୍ନ ଯୌନ ସମସ୍ୟାର ରାମବାଣ ଚିକିତ୍ସା ହେଉଛି ଏହି ୫ଟି ଟିପ୍ସ; ଥରେ ଆପଣାନ୍ତୁ, ପାର୍ଥକ୍ୟ ଦେଖି ହୋଇଯିବ ଦିଲ୍ ଖୁସ୍

ଏହା ବି ପଢ଼ନ୍ତୁ:-ବିଜେପି ସହ ମିଶି କକା ଶିବପାଲ ପୁତୁରା ଅଖିଲେଶଙ୍କୁ ଦେବେ ଝଟକା! ନେଲେ ଏହି ବଡ଼ ପଦକ୍ଷେପ

ଏହା ବି ପଢ଼ନ୍ତୁ:-ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ କୀଭରୁ କାହିଁକି ନିଜର ସୈନ୍ୟ କମ୍ କରୁଛି ଋଷ? ଜାଣନ୍ତୁ ଏହାର ୫ଟି ବଡ଼ କାରଣ

5/5

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ରୁପା ଦରରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୨୦ ଟଙ୍କା ରହିଛି । ଯାହା ଗତକାଲି ୬,୮୦୦ ଟଙ୍କା ଥିଲା ।