ଆଜି ସର୍ବାଧିକ ୩ଟି ରାଶିରେ ଘାତବାର, ଆବଶ୍ୟକ ହୋଇପାରେ ମୋଟା ଅଙ୍କର ଅର୍ଥ; ରୁହନ୍ତୁ ସାବଧାନ

Horoscope of March 11: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର

ଜୀ ଓଡ଼ିଶା ଡେସ୍କ Wed, 06 Apr 2022-6:54 pm,
1/12

ମେଷ ରାଶି

ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

2/12

ବୃଷ ରାଶି

ଆଜି ଆପଣ ମଧ୍ୟମଧରଣର ଫଳ ପାଇବେ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ଭଲ ରହିବ, ଦୂରଯାତ୍ରା ଶୁଭପ୍ରଦ ହେବ ।

3/12

ମିଥୁନ ରାଶି

ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ । 

4/12

କର୍କଟ ରାଶି

ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।

5/12

ସିଂହ ରାଶି

ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

6/12

କନ୍ୟା ରାଶି

ସ୍ୱାସ୍ଥ୍ୟଗତ ସମସ୍ୟାରେ ପଡିପାରନ୍ତି । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା କରନ୍ତୁ ନାହିଁ ।  

7/12

ତୁଳା ରାଶି

ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।  ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବେ ।

ଏହା ବି ପଢ଼ନ୍ତୁ:-ବଡ଼ ଖୁସି ଖବର, ମାର୍ଚ୍ଚ ୧୬ରେ ସରକାରୀ କର୍ମଚାରୀଙ୍କୁ ମିଳିବ ଉପହାର! ଖାତାରେ ଆସିବ ପୂରା ୩୮,୬୯୨ ଟଙ୍କା

ଏହା ବି ପଢ଼ନ୍ତୁ:-ଯୁଦ୍ଧ ମଧ୍ୟରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଋଷର ସେନା, ସୈନ୍ୟକୁ ନେଇ କହିଲା ଏହି ବଡ଼ କଥା

ଏହା ବି ପଢ଼ନ୍ତୁ:-ଫିକ୍ସଡ୍ ଡିପୋଜିଟ୍ କରିଥିବା ଲୋକଙ୍କ ପାଇଁ ଜରୁରୀ ଖବର, RBI ବଦଳାଇଲା ଏହି ନିୟମ

8/12

ବିଛା ରାଶି

ମନ ଭଲ ରହିଲେ ମଧ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।  

9/12

ଧନୁ ରାଶି

ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ।  ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ । ଦୂରଯାତ୍ରା ନକରିବା ଭଲ ।

10/12

ମକର ରାଶି

ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

11/12

କୁମ୍ଭ ରାଶି

ହସ ଖୁସିରେ ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ । 

12/12

ମୀନ ରାଶି

ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ପୁଞ୍ଜି ନିବେଶକାରୀ ଲାଭବାନ ହେବେ । ଦୂରଯାତ୍ରା ନକରିବା ଭଲ ଽ ଦାମ୍ପତ୍ୟ ଜୀବନରେ ହସଖୁସି ଲାଗି ରହିବ । ଛାତ୍ରଛାତ୍ରୀଙ୍କ ମନ ଖେଳକୁଦରେ ରହିବ ।

ଶୁକ୍ରବାର ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଚନ୍ଦ୍ର- ମିଥୁନ ରାଶିରେ ତିଥି- ନବମୀ ନକ୍ଷତ୍ର- ମୃଗଶିରା, ଦିବା ୨ଟା୩୫ ଗତେ ଆଦ୍ରା ରାହୁକାଳ- ଦିବା ୧୦ଟା୨୮ରୁ ୧୧ଟା୫୬ ଶୁଭସମୟ- ପ୍ରାତଃ ୭ଟା୩୬ରୁ ୯ଟା୫୮ ଘାତଚନ୍ଦ୍ର- କନ୍ୟା ରାଶିର ଘାତବାର- ବିଛା,ଧନୁ ଓ ମୀନ ରାଶିର

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link