Advertisement
Photo Details/zeeodisha/odisha1138998
photoDetails0hindi

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of March 31: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର

ମେଷ ରାଶି

1/12
ମେଷ ରାଶି

ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।

ବୃଷ ରାଶି

2/12
ବୃଷ ରାଶି

ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।

ମିଥୁନ ରାଶି

3/12
ମିଥୁନ ରାଶି

କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ । ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ ।

କର୍କଟ ରାଶି

4/12
କର୍କଟ ରାଶି

ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ସିଂହ ରାଶି

5/12
ସିଂହ ରାଶି

ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।

କନ୍ୟା ରାଶି

6/12
କନ୍ୟା ରାଶି

ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

ତୁଳା ରାଶି

7/12
ତୁଳା ରାଶି

ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୋର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ ।

ଏହା ବି ପଢ଼ନ୍ତୁ:-ବିଜେପି ଛାଡ଼ି ଏହି ଦଳରେ ଯୋଗ ଦେବେ ବରୁଣ ଗାନ୍ଧୀ!

ଏହା ବି ପଢ଼ନ୍ତୁ:-ସୁଖମୟ ଜୀବନ ପାଇଁ ପୁରୁଷମାନେ ଖାଆନ୍ତୁ ଏହି ୩ଟି ଜିନିଷ, 'ଷ୍ଟାମିନା' ବଢ଼ିବା ସହ ଦୂର ହେବ ଯୌନ ସମସ୍ୟା

ଏହା ବି ପଢ଼ନ୍ତୁ:-ପୁରୁଷଙ୍କ ବିଭିନ୍ନ ଯୌନ ସମସ୍ୟାର ରାମବାଣ ଚିକିତ୍ସା ହେଉଛି ଏହି ୫ଟି ଟିପ୍ସ; ଥରେ ଆପଣାନ୍ତୁ, ପାର୍ଥକ୍ୟ ଦେଖି ହୋଇଯିବ ଦିଲ୍ ଖୁସ୍

ଏହା ବି ପଢ଼ନ୍ତୁ:-ବିଜେପି ସହ ମିଶି କକା ଶିବପାଲ ପୁତୁରା ଅଖିଲେଶଙ୍କୁ ଦେବେ ଝଟକା! ନେଲେ ଏହି ବଡ଼ ପଦକ୍ଷେପ

ବିଛା ରାଶି

8/12
ବିଛା ରାଶି

ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ଧନୁ ରଶି

9/12
ଧନୁ ରଶି

ମନ ଅସ୍ଥିର ରହିବ । ଆୟା ବାଧାପ୍ରତ୍ତ ହେବ । ପଡୋଶୀ ମାନଙ୍କ  ସହ ମନାନ୍ତର ହେଖା ଦେବ । କର୍ମ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ ।  ବ୍ୟବସାୟ ସ୍ୱଳ୍ପ ଲାଭ ହେବ । ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ ।

ମକର ରାଶି

10/12
ମକର ରାଶି

ମନରେ ପ୍ରସନ୍ନତା ଭାବ ରହିବ । ତରବରରେ କାର୍ଯ୍ୟ କରନ୍ତୁ ନାହଁ । ଆୟ ବ୍ୟୟ ସମାନ ରହିବ । ପଡ଼ୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି । ତୀର୍ଥଯାତ୍ରା ପାଇଁ ମନ ବଳିବ ।

କୁମ୍ଭ ରାଶି

11/12
କୁମ୍ଭ ରାଶି

ଉଦର ପୀଡା କିମ୍ବା ଶିରପୀଡା ଭଳି ଶାରୀରିକ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ହତୋତ୍ସାହିତ ହେବେ । ଦାମ୍ପତ୍ୟ ଜୀବନରେ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

ମୀନ ରାଶି

12/12
ମୀନ ରାଶି

ମାନସିକ ଓ ଶାରୀରିକ ସୁସ୍ଥତା ଫେରି ପାଇବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ଲାଭ ଆତ୍ମସନ୍ତୋଷ ପ୍ରଦାନ କରିବ ।