2024 General election: ଭୁବନେଶ୍ଵର, ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଦେଶ ଓ ରାଜ୍ୟରେ ପ୍ରଚାରର ଶେଷ ଦିନ। ଜୁନ ୧ ତାରିଖରେ ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ଓ ଦେଶରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡିବ ଭୋଟ। ଏଥିପାଇଁ ଆଜି ସନ୍ଧ୍ୟା ସୁଦ୍ଧା ସବୁ ଦଳ ପ୍ରଚାର ଶେଷ କରିବେ। ବିଜେଡି, ବିଜେପି, କଂଗ୍ରେସ ସହ ଅନ୍ୟାନ୍ୟ ଦଳ ପକ୍ଷରୁ ପ୍ରଚାର ଶେଷ ଦିନ। ଶେଷ ଦିନରେ ମାରାଥନ ପ୍ରଚାର ପାଇଁ ସବୁ ଦଳ ପକ୍ଷରୁ ଯୋଜନା କରିଛନ୍ତି। ଆଜି ପ୍ରଚାର ସହିତ ଗତ ଏପ୍ରିଲ ମାସରୁ ଆରମ୍ଭ ହୋଇଥିବା ପ୍ରଚାର କୋଳାହଳ ଉପରେ ବ୍ରେକ ଲାଗିବ। ବିଜେଡି, ବିଜେପି, କଂଗ୍ରେସ ସମେତ ସମସ୍ତ ପ୍ରମୁଖ ଦଳର ତୁଙ୍ଗ ନେତାମାନେ ମାରାଥନ ପ୍ରଚାର କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ସବୁ ଶକ୍ତି ଲଗାଇ ଦେଇଛନ୍ତି। ଓଡିଶାର ଚତୁର୍ଥ ପର୍ଯ୍ୟାୟରେ ୬ ଲୋକସଭା ଆସନ ଓ ସେହି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୪୨ ଆସନରେ ଆସନ୍ତା ୧ ତାରିଖରେ ଭୋଟ ଗ୍ରହଣ ହେବ । 


COMMERCIAL BREAK
SCROLL TO CONTINUE READING

ସେହିପରି ଦେଶର ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୭ ଟି ସଂସଦୀୟ ଆସନ ପାଇଁ ମତ ଅଧିକାର ସାବ୍ୟସ୍ତ କରିବେ ଭୋଟର।  ପ୍ରଚାରର ଶେଷ ଦିନରେ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ। ଭଦ୍ରକର ସିମୁଳିଆରେ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସ ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ।


ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ସ୍ଥାନରେ ମାରାଥନ ପ୍ରଚାର କରିବେ। ଭଦ୍ରକର ଚାନ୍ଦବାଲିରେ ବିଶାଳ ସଭାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ ପଟ୍ଟନାୟକ। ବିଜେଡି ନେତା ଭିକେ ପାଣ୍ଡିଆନ ବାଲେଶ୍ୱରରେ ପ୍ରଚାର କରିବେ।
ସେହିପରି ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ବରିଷ୍ଠ ବିଜେପି ନେତା ବିଭିନ୍ନ ସ୍ଥାନରେ ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି। ଶେଷ ଦିନରେ ମାରାଥନ ପ୍ରଚାର ପାଇଁ ସବୁ ଦଳ ଯୋଜନା କରିଛନ୍ତି। ଆଜି ପ୍ରଚାର ସହିତ ଗତ ଏପ୍ରିଲ ମାସରୁ ଆରମ୍ଭ ହୋଇଥିବା ପ୍ରଚାର କୋଳାହଳ ଉପରେ ବ୍ରେକ ଲାଗିବ। ଅନ୍ୟପଟେ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ। ଆଗାମୀ ୩୦ ତାରିଖ ସନ୍ଧ୍ୟା ୬ଟାରୁ ଜୁନ୍‌ ୨ ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ। ଜିଲ୍ଲାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ମତେ ଫୌଜଦାରୀ ଆଇନ୍‌, ୧୮୭୩ ଆଧାରରେ ୧୪୪ ଧାରା ଜାରି କରିଛନ୍ତି। ଏହି ଧାରା ଅନୁଯାୟୀ. ଭୋଟଗ୍ରହଣ କେନ୍ଦ୍ର ପରିସରର ୨୦୦ ମିଟର ଅଞ୍ଚଳ ମଧ୍ୟରେ ୫ ଜଣ କିମ୍ବା ତଦୁର୍ଦ୍ଧ୍ୱ ବ୍ୟକ୍ତି ଏକତ୍ରିତ ହେବା ନିଷିଦ୍ଧ।