ରିଟର୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକ ସୁଜିତ କୁମାରଙ୍କୁ ବିଜୟ ନେଇ ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ଆଗାମୀ ଦିନରେ ସଂସଦରେ କଳାହାଣ୍ଡି ତଥା ଓଡ଼ିଶାର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉତ୍ଥାପନ କରିବେ ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ।
Trending Photos
ଭୁବନେଶ୍ବର: ଓଡ଼ିଶାରୁ ଏକମାତ୍ର ରାଜ୍ୟସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ସୁଜିତ କୁମାର ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି । ଉପ ନିର୍ବାଚନ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ସୁଜିତ ନାମାଙ୍କନ ଦାଖଲ କରିଥିବାରୁ ତାଙ୍କୁ ନିର୍ବାଚିତ ଘୋଷଣା କରାଯାଇଛି । ରିଟର୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକ ସୁଜିତ କୁମାରଙ୍କୁ ବିଜୟ ନେଇ ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ଆଗାମୀ ଦିନରେ ସଂସଦରେ କଳାହାଣ୍ଡି ତଥା ଓଡ଼ିଶାର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉତ୍ଥାପନ କରିବେ ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସେ ବିଜେପିରୁ ଗତ ୯ ତାରିଖରେ ନାମାଙ୍କନ ଦାଖଲ କରିଥିଲେ । ରାଜ୍ୟସଭା ସଦସ୍ୟ ଭାବେ ତାଙ୍କର କାର୍ଯ୍ୟକାଳ ଏପ୍ରିଲ ୨୦୨୬ ଯାଏଁ ରହିଛି ।