Advertisement
Article Detail0/zeeodisha/odisha2288434
Zee OdishaOdisha PoliticsManmohan Samal: ଶପଥ ଗ୍ରହଣ ଉତ୍ସବର ସ୍ଥିତି ଯାଞ୍ଚ କଲେ ମନମୋହନ ସାମଲ

Manmohan Samal: ଶପଥ ଗ୍ରହଣ ଉତ୍ସବର ସ୍ଥିତି ଯାଞ୍ଚ କଲେ ମନମୋହନ ସାମଲ

ଭୁବନେଶ୍ୱର: ଆସନ୍ତା କାଲି ବୁଧବାର ଜୁନ ୧୩ ତାରିଖରେ ରାଜ୍ୟ ତାର ନୂଆ ମୁଖ୍ୟମନ୍ତ୍ରୀ ପାଇବାକୁ ଯାଉଛି। ଜନତା ମୈଦାନରେ ଏକ ଭବ୍ୟ ସମାରୋହ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Manmohan Samal: ଶପଥ ଗ୍ରହଣ ଉତ୍ସବର ସ୍ଥିତି ଯାଞ୍ଚ କଲେ ମନମୋହନ ସାମଲ

Manmohan Samal: ଭୁବନେଶ୍ୱର: ଆସନ୍ତା କାଲି ବୁଧବାର ଜୁନ ୧୩ ତାରିଖରେ ରାଜ୍ୟ ତାର ନୂଆ ମୁଖ୍ୟମନ୍ତ୍ରୀ ପାଇବାକୁ ଯାଉଛି। ଜନତା ମୈଦାନରେ ଏକ ଭବ୍ୟ ସମାରୋହ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ପ୍ରମୁଖ ଆସିବାର କାର୍ଯ୍ୟକ୍ରମ ରହିଛି। ଫଳରେ ସୁରକ୍ଷା ଦୃଷ୍ଟିରୁ କମିଶନରେଟ ପୋଲିସ ମଧ୍ୟ ଚୂଡାନ୍ତ ପଦକ୍ଷେପମାନ ଗ୍ରହଣ କରିଛି। 

ସେପଟେ ମୁଖ୍ୟମନ୍ତ୍ରୀଙ୍କ ନାଁ ଆଜି ଦୁଇ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୁପିନ୍ଦର ଯାଦବ। ଆଜି ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ଓଡ଼ିଶାରେ ପହଞ୍ଚିବେ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳ ବୈଠକ ବସିବ। ବୈଠକରେ ରାଜ୍ୟରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ବିଧାୟକଙ୍କ ଭିତରୁ କାହା ନାଁରେ ମୋହର ବାଜିବାର ସମ୍ଭାବନା ଥିବାରୁ ବିଧାୟକ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ସେହିପରି ରାଜ୍ୟସଭାପତି ମନମୋହନ ସାମଲଙ୍କ ନାଁ ବି ଚର୍ଚ୍ଚାରେ ରହିଛି। ଏହାସହ ଉପ ମୁଖ୍ୟମନ୍ତ୍ରୀ ଆସନରେ ବି ବିଧାୟକ ମୋହନ ଚରଣ ମାଝୀ ଏବଂ ଜୟ ନାରାୟଣ ମିଶ୍ରଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାବାଦ୍ ବିଜେପିର ପ୍ରଥମ ସରକାର ଆଉ ମନ୍ତ୍ରିମଣ୍ଡଳରେ କେଉଁ କେଉଁ ବିଧାୟକଙ୍କୁ ଗୁରୁତ୍ବ ମିଳୁଛି ତାକୁ ନେଇ ବି କଳ୍ପନା ଜଳ୍ପନା ଲାଗି ରହିଛି।

Add Zee News as a Preferred Source

ସେପଟେ ମନ୍ତ୍ରୀ ହେବା ପାଇଁ ବହୁ ବରିଷ୍ଠ ନେତାଙ୍କ ନାଁକୁ ଅଗ୍ରାଧିକାର ଭାବେ ତାଲିକାରେ ସାମିଲ କରାଯାଇଛି। ମନ୍ତ୍ରୀ ରେସରେ ହେଭିୱେଟ ଭାବେ ସୁରେଶ ପୂଜାରୀ, କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଆଗରେ ରହିଛନ୍ତି। ଏହା ସହ ନୂଆ ମୁହଁ ଭାବେ ପୃଥ୍ବୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ଯ୍ୟଙ୍କୁ ବି ଗୁରୁତ୍ବପୂର୍ଣ୍ଣ ବିଭାଗ ମିଳିବା ନେଇ ଚର୍ଚ୍ଚା ଜୋର ଧରିଛି।

About the Author