ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଆଜି ପ୍ରଥମ ଦିନରେ ଏକ ବଡ଼ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ । ନକ୍ସଲ ମୁକାବିଲା ସମ୍ପର୍କରେ ଏକ ଆଲୋଚନା କାର୍ଯ୍ୟକ୍ରମ ରହିଛି । ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।  ୮ଟି ନକ୍ସଲପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଜିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବେ ।


COMMERCIAL BREAK
SCROLL TO CONTINUE READING

ଆଜି ବିଜ୍ଞାନ ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବା ନେଇ ସୂଚନା ମିଳିଛି । ୮ଟି ନକ୍ସଲ ପ୍ରବଣ ରାଜ୍ୟ ତଥା ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଆଜିର ଏହି ଆଲୋଚନାରେ ଭାଗ ନେବେ । ସମସ୍ତ ମାଓ ପ୍ରଭାବିତ ରାଜ୍ୟ ପାଇଁ ବିକାଶମୂଳକ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହ ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସହ ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।


Also Read- Petrol Price Today: କେତେ ବଦଳିଲା ପେଟ୍ରୋଲ ଡିଜେଲ୍ ଦର ? ମିଳିଲା କି ଆଶ୍ୱସ୍ତି ? ପଢ଼ନ୍ତୁ


Also Read- Top 10 News Today: ସଂକ୍ଷେପରେ ପଢନ୍ତୁ ସକାଳର ୧୦ଟି ପ୍ରମୁଖ ଖବର