ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଦିଲ୍ଲୀ ଯିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବା ପରେ ଆସନ୍ତା ଶନିବାର ନୀତି ଆୟୋଗର ବୈଠକରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏଥିସହ ମୁଖ୍ୟମନ୍ତ୍ରୀ ନିଜର ଦିଲ୍ଲୀ ଯାତ୍ରା ଅବସରରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି। ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅନ୍ୟପଟେ ନୀତି ଆୟୋଗର ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୂଚନା ମିଳିଛି।