Achyuta Samanta: ଆଜି ରାଜନୀତିରୁ ପ୍ରତ୍ୟକ୍ଷ ଭାବେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଓହରି ଯାଇଛନ୍ତି। ଆଜି ଏ ନେଇ ଶ୍ରୀ ସାମନ୍ତ ଏକ ଘୋଷଣା କରିଛନ୍ତି। ନିକଟରେ ସେ କନ୍ଧମାଳ ଲୋକସଭା ଆସନରୁ ନିର୍ବାଚନ ଲଢ଼ି ପରାଜୟ ହୋଇଛନ୍ତି। ତେଣୁ ଏଥିପାଇଁ ସେ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି। ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ ଶ୍ରୀ ସାମନ୍ତ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


COMMERCIAL BREAK
SCROLL TO CONTINUE READING

ଶ୍ରୀ ସାମନ୍ତ ଗତକାଲି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଏ ବିଷୟରେ ଜଣାଇଥିଲେ। ଲୋକସଭା ଓ ରାଜ୍ୟସଭା ପାଇଁ ସୁଯୋଗ ଦେଇଥିବାରୁ ନବୀନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ୩୨ ବର୍ଷ ଧରି ଜାରି ରହିଥିବା ସମାଜ ସେବା ଅବ୍ୟାହତ ରଖିବି। 


 ସୂଚନା ଥାଉକି, ୨୦୧୮ ମସିହା ୭ ମାର୍ଚ୍ଚରେ ଅଚ୍ୟୁତ ସାମନ୍ତ ରାଜନୀତିରେ ପ୍ରବେଶ ବିଜୁ ଜନତା ଦଳରେ ଯୋଗଦେଇ ଥିଲେ। ୨୦୧୮ ମସିହା ୪ ଅପ୍ରେଲରେ ସେ ରାଜ୍ୟସଭା ଯାଇଥିଲେ। ୨୦୧୯ ନିର୍ବାଚନରେ କନ୍ଧମାଳରୁ ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ବିଜେପିର ଖାରବେଳ ସ୍ୱାଇଁଙ୍କୁ ପରାସ୍ତ କରି ଏକ ଲକ୍ଷ ଭୋଟରେ ନିର୍ବାଚନ ଜିତିଥିଲେ।


Written by Debabrata