Loksabha Election 2024: ପୂର୍ବରୁ ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିବା ପରେ ଆଜି ଅଷ୍ଟମ ପର୍ଯ୍ୟାୟରେ ବାକି ୩ ଜଣ ଲୋକସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି । ତେବେ ଆଜିକୁ ମିଶାଇ ସମୁଦାୟ ୨୧ଟି ଆସନର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ଆସନ୍ତୁ ଜାଣିବା କେଉଁ ଅଞ୍ଚଳରେ କେଉଁ ପ୍ରାର୍ଥୀଙ୍କୁ ସୁଯୋଗ ଦେଇଛି ବିଜେପି ।


COMMERCIAL BREAK
SCROLL TO CONTINUE READING

ପୁରୀରୁ ସମ୍ୱିତ ପାତ୍ର, ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, କେନ୍ଦ୍ରାପଡାରୁ ବୈଜୟନ୍ତ ପଣ୍ଡା, ସମ୍ୱଲପୁରରୁ ଧର୍ମେନ୍ଦ୍ର ପ୍ରଧାନ, ବାଲେଶ୍ୱରରରୁ ପ୍ରତାପ ଷଡଙ୍ଗୀ, ବରଗଡରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ମୟୁରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ରନାରାୟଣ ପାଣି, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, ଜଗତସିଂହପୁରରୁ ଭିବୁ ପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହୀ, କୋରାପୁଟରୁ କଳେରାମ ମାଝୀଙ୍କୁ ବିଜେପି ପକ୍ଷରୁ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ କରାଯାଇଛି ।


ଆଜି (୩୦ ମାର୍ଚ୍ଚ)ରେ ଭାରତୀୟ ଜନତା ପାର୍ଟି ବଳକା ୩ଟି ଆସନର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ ବେହେରା କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ, କଟକରୁ ଭର୍ତ୍ତୁହରୀ ମହତାବଙ୍କୁ ପ୍ରାର୍ଥୀ କରାଯାଇଛି ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି ।


ସେହିପରି BJD ୨ଟି ପର୍ଯ୍ୟାୟରେ ସଂସଦୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଆଉ ୬ଟି ଆସନର ପ୍ରାର୍ଥୀଙ୍କ ନାମ ପ୍ରକାଶ କରିବା ବାକି ରହିଛି ।


ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ପ୍ରାର୍ଥୀ ତାଲିକା ଅନୁଯାୟୀ, କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡ଼ରୁ ଦିଲ୍ଲୀପ ତିର୍କୀ, ମୟୁରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ କୁମାର ମାଝି, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକକା, ଆସ୍କାରୁ ରଞ୍ଜିତା ସାହୁଙ୍କୁ ପ୍ରାର୍ଥୀ କରାଯାଇଛି ।


୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେଡ଼ି ଦ୍ୱିତୀୟ ପର୍ଯ୍ୟାୟରେ ୬ଟି ଆସନର ସାଂସଦ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । ପୁରୀରୁ ଅରୂପ ପଟ୍ଟନାୟକ, ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ଡାକ୍ତର ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସନ୍ତୃପ୍ତ ମିଶ୍ର, ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କ ନାମ ଘୋଷଣା କରାଯାଇଥିଲା ।


ତେବେ ବର୍ତ୍ତମାନ ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାକୁ ନେଇ ଅନେକ ଚର୍ଚ୍ଚା ଆଲୋଚନା ଚାଲିଛି । ଅନ୍ୟପଟେ କଂଗ୍ରେସ ପକ୍ଷରୁ ଏଯାଏଁ କୌଣସି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇନାହିଁ ।


Also Read- Weather News: ୪୦ ଡିଗ୍ରୀ ତାତିରେ ସିଝିଲା ରାଜ୍ୟର ୫ଟି ସହର


Also Read- Surya Gochar 2024: ସୂର୍ଯ୍ୟଙ୍କ ଚଳନ ପ୍ରଭାବ,ଏହି ରାଶି ବ୍ୟକ୍ତିଙ୍କ ପ୍ରେମ ଜୀବନରେ ବଢିବ ଚିନ୍ତା