Advertisement
Article Detail0/zeeodisha/odisha2214340
Zee OdishaOdisha PoliticsOdisha Election 2024: ମାଆ ଶାରଳାଙ୍କ ଦର୍ଶନ କଲେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲି

Odisha Election 2024: ମାଆ ଶାରଳାଙ୍କ ଦର୍ଶନ କଲେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲି

Odisha Election 2024: ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ତାଙ୍କର ସମର୍ଥକ ମାନଙ୍କ ସହିତ ଏକ ଶୋଭାଯାତ୍ରାରେ ଯାଇ ମା ଶାରଳାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହା ସହିତ ନିର୍ବାଚନ ମଣ୍ଡଳୀରେ ପ୍ରଚାର ଆରମ୍ଭ କରିଛନ୍ତି। 

Odisha Election 2024: ମାଆ ଶାରଳାଙ୍କ ଦର୍ଶନ କଲେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲି

Odisha Election 2024: ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ତାଙ୍କର ସମର୍ଥକ ମାନଙ୍କ ସହିତ ଏକ ଶୋଭାଯାତ୍ରାରେ ଯାଇ ମା ଶାରଳାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହା ସହିତ ନିର୍ବାଚନ ମଣ୍ଡଳୀରେ ପ୍ରଚାର ଆରମ୍ଭ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ଜନସାଧାରଣମାନଙ୍କର ସେବା କରିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଶାନ୍ତ କୁମାର ମୁଦୁଲି ।

ସାଧାରଣ ନିର୍ବାଚନକୁ ଆଉ କମ ଦିନ ଥିବା ବେଳେ ପ୍ରଚାର କାର୍ଯ୍ୟକୁ ଜୋରଦାର କରାଯିବ ବୋଲି ସେ କହିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କିପରି ସାଧାରଣ ଜନତାଙ୍କ ନିକଟରେ ପହଞ୍ଚିବ। ସେ ସମ୍ପର୍କରେ ଲୋକଙ୍କ ସହିତ ଆଲୋଚନା କରିବା ସହିତ ବିକାଶ ଧାରାରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ । ପରେ ଜଗତସିଂହପୁର ସ୍ଥିତ ଥାନା ଛକ ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶୋଭାଯାତ୍ରାରେ ବିଜେଡି ପାର୍ଟି ଅଫିସ ପର୍ଯ୍ୟନ୍ତ ଯିବା ସହିତ ନିର୍ବାଚନ କାର୍ଯ୍ୟାଳୟ ଉଦଘାଟନ କରିଥିଲେ । ଆଗାମୀ ସାଧାରଣ ନିର୍ବାଚନରେ ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ରେ ବିଜେଡ଼ି ବିପୁଳ ବିଜୟ ଲାଭ କରିବ ବୋଲି କହିଛନ୍ତି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ।

Add Zee News as a Preferred Source
About the Author