Odisha Politics: ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ପ୍ରଚାର। ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ଗ୍ରହଣ କରାଯିବ। ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।


COMMERCIAL BREAK
SCROLL TO CONTINUE READING

କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ। ସେହିପରି ପୁରୀରେ ସମ୍ବିତ ପାତ୍ର ଓ ଅରୁପ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ ବୋଲି ଆଶା କରାଯାଉଥିବା ବେଳେ ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ  ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ। ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜୁ ଜନତା ଦଳର ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ ବୋଲି ଆଶା କରାଯାଉଛି।