ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବା ନେଇ ଏଭଳି ସୂଚନା ଦେଲେ ପୁଲିସ କମିସନର
Advertisement
Article Detail0/zeeodisha/odisha2309310

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବା ନେଇ ଏଭଳି ସୂଚନା ଦେଲେ ପୁଲିସ କମିସନର

ରଥଯାତ୍ରା ଦେଖିବା ପରେ ରାଷ୍ଟ୍ରପତି ୮ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ। ସେଦିନ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦ୍ ଘାଟନ କରିବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବା ନେଇ ଏଭଳି ସୂଚନା ଦେଲେ ପୁଲିସ କମିସନର

ଭୁବନେଶ୍ବର: ଆସନ୍ତା ଜୁଲାଇ ୬ ତାରିଖରେ ୪ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସନ୍ଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ଏ ନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।

ଶ୍ରୀ ପଣ୍ଡା କହିଛନ୍ତି ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେ ୬ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ସେହିଦିନ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ ତାରିଖରେ ଯିବେ ପୁରୀ। ରଥଯାତ୍ରା ଦେଖିବା ପରେ ରାଷ୍ଟ୍ରପତି ୮ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ। ସେଦିନ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦ୍ ଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ଜଟଣୀ ନାଇଜର୍ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ଅପରାହ୍ଣରେ ରାଷ୍ଟ୍ରପତି ପୁଣି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। 

ଅନ୍ୟପଟେ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ରୁଟ୍ ଲାଇନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ପୁଲିସ କମିଶନର କହିଛନ୍ତି। ଘୋଷଯାତ୍ରାକୁ ଶୃଙ୍ଖଳିତ, ସୁରକ୍ଷିତ ଓ ବ୍ୟବସ୍ଥିତ କରିବା ପାଇଁ ପୁରୀରେ ରଥଯାତ୍ରା ଦ୍ୱିତୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି।