ଆଜି ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି

ଏଥିପାଇଁ ଅପରାହ୍ନ ୪ଟା ରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ଆଜି ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୪ଟା ରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ପରେ ଏହି ନୀତି ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ଲୋକ ସମ୍ପର୍କ ଅଧିକାରୀ କହିଛନ୍ତି ।

Tags: