Puri News: ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ (Lord Jagannath) ବନକଲାଗି ନୀତି (Banakalagi Niti) । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଦିର୍ଘ ୧୮ ଦିନ ପରେ ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହେବ। ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି(Banakalagi Niti) କୁହାଯାଏ ।


COMMERCIAL BREAK
SCROLL TO CONTINUE READING

Also Read: Horoscope Today 19 July 2023: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?


ବନକଲାଗି ନୀତି ପାଇଁ ଆଉ ମିଳୁନି ସୁଗନ୍ଧ କସ୍ତୁରୀ। ବଜାରରେ ମିଳୁଥିବା ରଙ୍ଗମିଶା ନକଲି ପଦାର୍ଥକୁ କୁଆଡ଼େ ମହାପ୍ରଭୁଙ୍କ ସେବାରେ ବ୍ୟବହାର କରାଯାଉଥିବା ନେଇ ନିକଟରେ ଅଭିଯୋଗ ଆଣିଥିଲେ ସେବାରେ ନିୟୋଜିତ ସେବକ। ଏପଟେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିଳାଦ୍ରୀ ବିଜେ ପରଠୁ ଦୀର୍ଘ ୧୮ ଦିନ ହେଲାଣି ଆଜି ଯାଏଁ ଥରୁଟିଏ ବି ହୋଇପାରିନି ମହାପ୍ରଭୁଙ୍କ ଶ୍ରୀମୁଖ ଶିଂଗାର । ଯେଉଁଠି ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ମାସକୁ ୪ଥର ଶ୍ରୀମୁଖ ଶିଂଗାର ହେବା କଥା। ସେଥିରେ ଘୋର ବ୍ୟତିକ୍ରମ ପାଇଁ କ୍ଷୁବ୍ଧ ହୋଇଛନ୍ତି ଦତ୍ତମହାପାତ୍ର ସେବକ । କେଉଁ ବାରରେ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ ତାକୁ ନେଇ ଦୀର୍ଘଦିନ ଧରି ବିବାଦ ଚାଲିଥିବା ବେଳେ ମଙ୍ଗଳବାର ଏହାର ସମାଧାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ଏହି ବୈଠକରେ ଦଇତାପତି ଓ ଦତ୍ତମହାପାତ୍ର ସେବକଙ୍କ ସହ ପରିଚାଳନା କମିଟିର ସଦସ୍ୟ ମାନେ ଯୋଗ ଦେଇଥିଲେ। ତେବେ ଗୁରୁବାର ବନକଲାଗି ନୀତି ହେବାନେଇ ଦତ୍ତମହାପାତ୍ର ଓ ଶ୍ରୀମନ୍ଦିର ପ୍ରଶାସନ ଭିତରେ  ବିବାଦ ଲାଗିଥିଲା। କିନ୍ତୁ ବୈଠକ ଶେଷରେ ବୁଧବାର ଦିନ ବନକଲାଗି ନିତି ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହଯାଇଛି।  ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ। 


ବନକଲାଗି ନୀତି କ'ଣ ଜାଣନ୍ତୁ:


ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।