ଭଙ୍ଗା ହେଲା ୧୪୪୩ ବେଆଇନ ମଦ ଭାଟି, ୧୯୫୭ ଜଣ ଗିରଫ ୧୮୩ ଗାଡି ଜବତ
Advertisement
Article Detail0/zeeodisha/odisha2413776

ଭଙ୍ଗା ହେଲା ୧୪୪୩ ବେଆଇନ ମଦ ଭାଟି, ୧୯୫୭ ଜଣ ଗିରଫ ୧୮୩ ଗାଡି ଜବତ

ପୂର୍ବର ସମସ୍ତ ବେଆଇନ କାରବାରକୁ ମୂଳପୋଛ କରାଯିବ ବୋଲି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

ଭଙ୍ଗା ହେଲା ୧୪୪୩ ବେଆଇନ ମଦ ଭାଟି, ୧୯୫୭ ଜଣ ଗିରଫ ୧୮୩ ଗାଡି ଜବତ

ଭୁବନେଶ୍ୱର: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜିବି ଜାରି ରହିଛି । ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର ରାଜ୍ୟରେ ଦୀର୍ଘତମ ତଥା ସର୍ବବୃହତ ଚଢ଼ାଉ ଅଭିଯାନ ବୋଲି ବିବେଚନା କରାଯାଉଛି ।

ରାଜ୍ୟସରକାରଙ୍କ କଡା ଆଭିମୁଖ୍ୟ ସ୍ଵରୂପ ପୂର୍ବରୁ ରହି ଆସିଥିବା ଏହି ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ର ଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ ପକ୍ଷରୁ ଖୋଜି ବାହାର କରିବା ସହିତ ସମ୍ପୂର୍ଣ୍ଣ ରୂପେ ଭଙ୍ଗା ଯାଉଛି । ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ ପାଖାପାଖି ୧୦ ଟିରୁ ଉର୍ଦ୍ଧ ଭାଟିକୁ ବୁଲଡୋଜର ଯୋଗେ ସମ୍ପୂର୍ଣ୍ଣ ରୂପେ ଧୂଳିସାତ କରାଯାଇଛି । ଏଥିମଧ୍ୟରୁ କେବଳ ରାଜଧାନୀର ୫୧ ଟି ବେଆଇନ ମଦ ଭାଟିକୁ ନଷ୍ଟ କରାଯାଇଛି ।

ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ସୁଦ୍ଧା ବେଆଇନ ମଦ କାରବାର ନେଇ ୩୬୧୮ ଟି ମାମଲା ରୁଜୁ ହେବା ସହିତ ୧୫୧୯ ସ୍ଥାନରେ ଚଢ଼ାଉ କରାଯାଇ  ୧୯୫୭ ଜଣକୁ ଗିରଫ କରାଯାଇଛି । ଏହି କ୍ରମରେ ୧ ଲକ୍ଷ ୮୩ ହଜାର ୬୬୯ ଲିଟର ବେଆଇନ ମଦ ଏବଂ ୧୭ ଲକ୍ଷ ୨୬ ହଜାର ୫୦୯ କେଜି ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି । ଏଥି ସହ ବେଆଇନ କାର୍ଯ୍ୟରେ ବ୍ୟବହୃତ ୧୮୩ ଟି ଗାଡିକୁ ମଧ୍ୟ ଅବକାରୀ ବିଭାଗ ପକ୍ଷରୁ ଜବତ ହୋଇଛି ।

ଏହି ଚଢ଼ାଉ କାର୍ଯ୍ୟକ୍ରମ ସମ୍ପର୍କରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ପୂର୍ବରୁ ଚାଲି ଆସିଥିବା ଏହି ସମସ୍ତ ବେଆଇନ କାରବାର ଉପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିବେ । ଆଗକୁ ଏହି ଭଳି ଅଭିଯାନକୁ ଆହୁରି ଜୋରଦାର କରାଯିବ ଏବଂ ସମସ୍ତ ବେଆଇନ କାରବାର ଉପରେ ରୋକ ଲଗାଯିବ ।

Also Read- Top 10 Headlines: ଚୁଟକିରେ ପଢ଼ନ୍ତୁ ଆଜି ଦିନର ୧୦ଟି ଟପ୍ ହେଡଲାଇନ୍

Also Read- ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା: ୬ ଆଇଏସ୍‍ ବଦଳିଲେ