ଗତ ୩ ବର୍ଷରେ ଯାଇଛି ୨୩୩ ଦାଦନଙ୍କ ଜୀବନ: ମନ୍ତ୍ରୀ
Advertisement
Article Detail0/zeeodisha/odisha2541934

ଗତ ୩ ବର୍ଷରେ ଯାଇଛି ୨୩୩ ଦାଦନଙ୍କ ଜୀବନ: ମନ୍ତ୍ରୀ

Migrant workers: ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଉପ-ମୁଖ୍ୟମନ୍ତ୍ରୀ, ମହିଳା ଏବଂ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ମନ୍ତ୍ରୀ ଏବଂ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ନେଇ ଅକ୍ଟୋବର-୨୦୨୪ ରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି। 

ଗତ ୩ ବର୍ଷରେ ଯାଇଛି ୨୩୩ ଦାଦନଙ୍କ ଜୀବନ: ମନ୍ତ୍ରୀ

ଭୁବନେଶ୍ଵର: ବିଗତ ଦିନରେ ବଢିଛି ଦାଦନ ସମସ୍ୟା। ସେହି ସମସ୍ୟା ଏବେ ଗଞ୍ଜାମ ଜିଲ୍ଲାରେ ସବାଧିକ ହୋଇଛି। ସେହିପରି ବର୍ଷରେ ଯାଇଛି ୨୩୩ ଦାଦନଙ୍କ ଜୀବନ। ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। 

ମନ୍ତ୍ରୀ କହିଛନ୍ତି ଯେ, ଦାଦନ ସମସ୍ୟା ପରେ ଏବେ ଏବେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୩ଜଣ ପ୍ରାଣ ହରାଇଛନ୍ତି। ସେହିପରି ବଲାଙ୍ଗୀରରୁ ୨୬ଜଣ ଦାଦନ ଖଟିବାକୁ ଯାଇ ପ୍ରାଣ ହରାଇଛନ୍ତି। ମୃତ ୨୩୩ଜଣଙ୍କ ମଧ୍ୟରୁ ୧୯୯ ଜଣଙ୍କ ଶବ ଓଡ଼ିଶାକୁ ଫେରିଛି। ସେହିପରି ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆହୁରି କହିଛନ୍ତି ଯେ, ଓଡ଼ିଶାରେ ଲାଗି ରହିଥ‌ବା ଦାଦନ ସମସ୍ୟାର ସମାଧାନ ନିମନ୍ତେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଉପ-ମୁଖ୍ୟମନ୍ତ୍ରୀ, ମହିଳା ଏବଂ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ମନ୍ତ୍ରୀ ଏବଂ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ନେଇ ଅକ୍ଟୋବର-୨୦୨୪ ରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି।