ସମ୍ବଲପୁର: ଆଜି ହୀରାକୁଦ୍ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି। ଏବେ ହୀରାକୁଦରୁ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାପଡ଼ିଛି। 


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ଗତ ରବିବାର ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ବାମ ପାର୍ଶ୍ବର ୭ ନମ୍ବର ଗେଟ୍‌ ଖୋଲାଯାଇଥିଲା। ତାପରେ ତାକୁ ମିଶାଇ ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଥିଲା। ତାପରେ ବାମ ପାର୍ଶ୍ବର ୯ଟି ଓ ଡାହାଣ ପାର୍ଶ୍ବର ୪ଟି ଗେଟ୍‌ ଖୋଲାଯାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ସୂଚନା ଦେଇଥିଲେ।