Advertisement
Article Detail0/zeeodisha/odisha2708050
Zee OdishaOdisha State୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ସମାରୋହ ଅନୁଷ୍ଠିତ

୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ସମାରୋହ ଅନୁଷ୍ଠିତ

ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ । ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।

୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ସମାରୋହ ଅନୁଷ୍ଠିତ

ଭୁବନେଶ୍ୱର: ଆଜି ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା”କୁ  ଲୋକାର୍ପଣ କରିଛନ୍ତି ।  

କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ ।  ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର ଏହି ସଂଘର୍ଷମୟ କାହାଣୀ ଉପରେ "ଆଶା"  ଆଧାରିତ ।  ଯିଏକି ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ "ଆଶା" ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ । 

ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ । ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।

Add Zee News as a Preferred Source

ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।   

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି (ତାଲିମ) ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Also Read- ଘମାଘୋଟକୁ ସମର୍ଥନ କରିବାକୁ ପ୍ରେକ୍ଷାଳୟରେ ପହଞ୍ଚିଲେ "ଆଜିର ରେବତୀ" ଟିମ୍

Also Read- Mangal Gochar 2025: ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଚଳନ, ୫ ରାଶି ଭାଗ୍ୟରେ ଧନ ବର୍ଷା !

About the Author