ସମ୍ବଲପୁର: ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ତେଣୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏହାରି ମଧ୍ୟରେ ହୀରାକୁଦର ଆଉ ୮ଟି ଗେଟ୍ ଖୋଲା ଯାଇଛି। ବର୍ତ୍ତମାନ୍ ମୋଟ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ , କନ୍ଧମାଳ, ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ଆଶଙ୍କା ରହିଛି। ସହରାଞ୍ଚଳ ନାଳ ଗୁଡିକରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦେଇଛି।