Odisha News: ବାଦାମବାଡ଼ିରେ ବିଶ୍ୱନାଥପଣ୍ଡିତଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ ଓ ହଲ, ଖର୍ଚ୍ଚ ହେବ ଏତିକି କୋଟି
Odisha News: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ (Biswanath Pandit) ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ (Cuttack Badambadi Bus Stand) ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। 5T ସଚିବ ଭିକେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
Odisha News: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ (Biswanath Pandit) ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ (Cuttack Badambadi Bus Stand) ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।
Also Read: Nushrratt Bharuccha: ଇସ୍ରାଏଲ ସଙ୍କଟରେ ଫସିଲେ ନୁଶରତ୍, ଅଭିନେତ୍ରୀଙ୍କ ଟିମ୍ କହିଲା...
5T ସଚିବ ଭିକେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହି ଲାଇବ୍ରେରୀରେ ଏକ ବଡ (reading hall) ରିଡିଙ୍ଗ୍ ହଲ ମଧ୍ଯ ରହିବ। ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ମଧ୍ଯ ସେଠାରେ ପ୍ରସ୍ତୁତି କରି ପାରିବେ । ସୂଚନାଯୋଗ୍ୟ ଯେ, ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତ (Biswanath Pandit) କଟକର ଡଗରପଡାଠାରେ ଜନ୍ମ ଗ୍ରହଣ କରିଥିଲେ। ସାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ। ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜ୍ଦୁରମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଜୀବନବ୍ୟାପି ସଂଗ୍ରାମ କରିଥିଲେ। ତାଙ୍କ ନାମରେ ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ୱର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବା ସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।