Advertisement
Article Detail0/zeeodisha/odisha2778486
Zee OdishaOdisha StateOdisha News: ହୋମଗାର୍ଡ ଶାରୀରିକ ପରୀକ୍ଷା ସମୟରେ ଅଘଟଣ, ଜଣେ ମୃତ, ୭ ଗୁରୁତର

Odisha News: ହୋମଗାର୍ଡ ଶାରୀରିକ ପରୀକ୍ଷା ସମୟରେ ଅଘଟଣ, ଜଣେ ମୃତ, ୭ ଗୁରୁତର

Odisha News: ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ। ସମାନ ପରିସ୍ଥିତିରେ ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଆହତମାନେ ହେଲେ ପାରଳାଖେମୁଣ୍ଡିର ପି.ବାବୁଜୀ, ଗୁମ୍ମାର ଅର୍ଫନ ପାଣି, ଗୋଷାଣୀର ସଞ୍ଜୟ ଶବର, କାଶୀନଗର ର ବାଳକୃଷ୍ଣ ଲିମ୍ମା, ନାରାୟଣପୁରର ଦୀପକ ପାଡାଲ, ଗୁରାଣ୍ଡିର ଶିବ ପ୍ରସାଦ ମହାପାତ୍ର।

Odisha News: ହୋମଗାର୍ଡ ଶାରୀରିକ ପରୀକ୍ଷା ସମୟରେ ଅଘଟଣ, ଜଣେ ମୃତ, ୭ ଗୁରୁତର

Odisha News: ହୋମଗାର୍ଡ ଶାରୀରିକ ପରୀକ୍ଷା ସମୟରେ ଅଘଟଣ ଜଣେ ପ୍ରତିଦ୍ବନ୍ଦିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ଜଣକ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ। ଗୁରୁବାର ସକାଳୁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା। ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି। ଦୌଡିବା ସମୟରେ ଏମାନେ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ। ସମାନ ପରିସ୍ଥିତିରେ ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଆହତମାନେ ହେଲେ ପାରଳାଖେମୁଣ୍ଡିର ପି.ବାବୁଜୀ, ଗୁମ୍ମାର ଅର୍ଫନ ପାଣି, ଗୋଷାଣୀର ସଞ୍ଜୟ ଶବର, କାଶୀନଗର ର ବାଳକୃଷ୍ଣ ଲିମ୍ମା, ନାରାୟଣପୁରର ଦୀପକ ପାଡାଲ, ଗୁରାଣ୍ଡିର ଶିବ ପ୍ରସାଦ ମହାପାତ୍ର।

Add Zee News as a Preferred Source
About the Author