Advertisement
Article Detail0/zeeodisha/odisha2677276

ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ୫୨୪ ଗାଡି ଜବତ, ୩୬୦ ଗିରଫ

ରାଜ୍ୟରେ ଚୋରା ବାଲି, ମୋରମ ଏବଂ ମାଙ୍କଡା ପଥର ମାଫିଆଙ୍କ ବିରୋଧରେ ଦୃଢ  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ରାଜ୍ୟ ତମାମ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱାକୁ  ଜବତ କରାଯାଉଛି ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।  

ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ୫୨୪ ଗାଡି ଜବତ, ୩୬୦ ଗିରଫ

ଭୁବନେଶ୍ୱର: ରାଜ୍ୟରେ ଚୋରା ବାଲି, ମୋରମ ଏବଂ ମାଙ୍କଡା ପଥର ମାଫିଆଙ୍କ ବିରୋଧରେ ଦୃଢ  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ରାଜ୍ୟ ତମାମ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱାକୁ  ଜବତ କରାଯାଉଛି ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।   

ଜିଲ୍ଲା ପ୍ରଶାସନ, ଖଣି ବିଭାଗ ଓ ପୋଲିସ ବିଭାଗର ମିଳିତ ସହଯୋଗରେ ଗତ ୭ ତାରିଖରୁ ପୋଲିସ ପକ୍ଷରୁ ଏହି  ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା । ଆଜି ପର୍ଯ୍ୟନ୍ତ ସାରା ରାଜ୍ୟରେ ବାଲି, ମୋରମ ଏବଂ ମାଙ୍କଡା ପଥର ମାଫିଆଙ୍କ ବିରୋଧରେ ୪୫୬ ଟି ମାମଲା ରୁଜୁ କରାଯାଇଥିବା ବେଳେ ୫୨୪ ଟି ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱାକୁ ଜବତ କରାଯାଇଛି ।  ଏହା ସହ ୩୬୦ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ୧ ଶହରୁ ଅଧିକ ଲୋକଙ୍କୁ ନୋଟିସ ଦିଆଯାଇଛି ବୋଲି ଡିଜିପି ଶ୍ରୀ ଖୁରାନିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।  ଏହି ଧରପଗଡ଼ ଅଭିଯାନ ଲଗାତାର ଭାବେ ଚାଲିବ ବୋଲି ଡିଜିପି ମତବ୍ୟକ୍ତ କରିଛନ୍ତି । ବାଲି, ମୋରମ ଚୋରା କାରବାର ସମ୍ପର୍କରେ ସ୍ଥାନୀୟ ବ୍ୟକ୍ତିବିଶେଷ ପୋଲିସକୁ ସୂଚନା ମଧ୍ୟ ଦେଇପାରିବେ। ପୋଲିସର ଏହି ଅଭିଯାନ ଯୋଗୁଁ ରାଜ୍ୟରେ ବାଲି, ମୋରମ ଏବଂ ମାଙ୍କଡା ପଥର ମାଫିଆଙ୍କ ଦୌରାତ୍ମ୍ୟ ନିଶ୍ଚିତ ଭାବେ କମିବ ବୋଲି ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି । ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ

Add Zee News as a Preferred Source
About the Author