ଭୁବନେଶ୍ଵର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ। ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମନୋଜ ଆହୁଜାଙ୍କୁ ସିଏସ ଭାବେ ଦାୟିତ୍ୱ ମିଳିଥିଲା। ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା। ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବଢାଇ ଦିଆଯାଇଥିଲା। ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ। ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ। ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଉଛନ୍ତି।