Cyclone Dana: ଭୁବନେଶ୍ୱର: ସମୁଦ୍ରରେ ବଳ ଗୋଟାଇ ଧୀରେ ଧୀରେ ବାତ୍ୟା ରୂପ ନେଉଛି ସାମୁଦ୍ରିକ ଝଡ । ଏହାରି ଭିତରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ। ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ। ୨୪ ରାତି କିମ୍ବା ୨୫ ସକାଳେ ସ୍ଥଳଭାଗ ଛୁଇଁବ ଭୀଷଣ ବାତ୍ୟା ଦାନା। ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ୧୦୦ ରୁ ୧୧୦ କିମି ବେଗରେ ପବନ ବହିବ। ପୁରୀ, ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରକୁ ବିପଦ ସଙ୍କେତ ଜାରି । 


COMMERCIAL BREAK
SCROLL TO CONTINUE READING

ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ ବିଭାଗ । ଆଜିଠାରୁ ୨୫ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଏହାସହ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ପୁରୀ , କଟକ, ଖୋର୍ଦ୍ଧାକୁ ଆଲର୍ଟ ଜାରି କରାଯାଇଛି। ସେପଟେ ବର୍ତ୍ତମାନ ଏହା ପାରାଦୀପ ଠାରୁ ଦକ୍ଷିଣ ଦିଗରେ ୭୩୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।


ସାମୁଦ୍ରିକ ଘୂର୍ଣ୍ଣିଝଡ଼ ଦାନାର ପ୍ରଭାବରେ ଆସନ୍ତାକାଲି ବୁଧବାର ଠାରୁ ପାଗ ବଦଳିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏନେଇ ୧୪ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଏଥିସହିତ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରପଡା, ଯାଜପୁର, ଜଗତସିଂପୁର, କଟକରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି।


ସେପଟେ ମନ୍ତ୍ରୀଙ୍କ ଅନୁରୋଧ କ୍ରମେ ପୁରୀ ଛାଡଡିଛନ୍ତି ଅନେକ ପର୍ଯ୍ୟଟକ। ବାତ୍ୟା ଭୟ ପାଇଁ ଆଗୁଆ ପୁରୀ ଛାଡ଼ିଲେ ଶହ ଶହ ସଂଖ୍ୟକ ପର୍ଯ୍ୟଟକ। ପୂଜା ଛୁଟି କାଟିବାକୁ ପୁରୀ ଆସିଥିବା ହଜାର ହଜାର ଭକ୍ତ ,ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଏବେ ସମ୍ଭାବ୍ୟ ବାତ୍ୟା କୁ ନେଇ ଭୟଭୀତ।ବିଭିନ୍ନ ହୋଟେଲ , ଲଜ୍ ଓ ଧର୍ମଶାଳାରେ ରହି ପୁରୀରେ ଛୁଟି କାଟୁଥିବା ଏହି ପର୍ଯ୍ୟଟକମାନଙ୍କ ମନରେ ବାତ୍ୟା ଖବର ଶୁଣି ଛନକା ପଶିଛି।