ଭୁବନେଶ୍ଵର: ଆସନ୍ତା ୨୬ ତାରିଖଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଯାହାକୁ ନେଇ ସର୍ବଦଳୀୟ ବୈଠକ ୨୫ତାରିଖ ଦିନ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୋଲି ଆଜି ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏହି ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ବାଚସ୍ପତି ସମସ୍ତଙ୍କର ସହଯୋଗ ଲୋଡ଼ିବେ। ଏଥର ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି। ଉଭୟ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇପାରନ୍ତି ବୋଲି କୁହାଯାଉଛି।