କଟକରେ ପୁଣି ଲଜ୍ଜା; ୬ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ
Rape case: ବାରଙ୍ଗ ଅଞ୍ଚଳରେ ଏକ ଇଟା ଭାଟିରେ ନାବାଳିକାଙ୍କ ପରିବାର ଲୋକମାନେ କାମ କରି ଆସୁଥିଲେ। ସେହିଠାରେ ହିଁ ନାବାଳିକାଙ୍କ ସହ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ଏ ନେଇ ପରିବାର ଲୋକ ବାରଙ୍ଗ ଥାନାରେ ଏତଲା ଦେଇଛନ୍ତି। ଘଟଣା ଘଟିବା ପରେ ଅଭିଯୁକ୍ତ ଜଣକ ଫେରାର୍ ହୋଇଯାଇଛି। ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।
କଟକ: କଟକରେ ପୁଣି ଲଜ୍ଜା। ୬ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ। ପୀଡିତା ଶିଶୁ କନ୍ୟାକୁ ଗୁରୁତର ଅବସ୍ଥାରେ କଟର ଶିଶୁ ଭବନରେ ଭର୍ତ୍ତି କରାଯାଇଛି। ଏନେଇ ଥାନାରେ ପରିବାର ପକ୍ଷରୁ ମାମଲା କରାଯାଇଛି। ବାରଙ୍ଗ ତ୍ରିଶୁଳିଆରୁ ଆସିଛି ଏଭଳି ଛାତିଥରା ଖବର।
ଅଭିଯୋଗ ଅନୁସାରେ, ବାରଙ୍ଗ ଅଞ୍ଚଳରେ ଏକ ଇଟା ଭାଟିରେ ନାବାଳିକାଙ୍କ ପରିବାର ଲୋକମାନେ କାମ କରି ଆସୁଥିଲେ। ସେହିଠାରେ ହିଁ ନାବାଳିକାଙ୍କ ସହ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ଏ ନେଇ ପରିବାର ଲୋକ ବାରଙ୍ଗ ଥାନାରେ ଏତଲା ଦେଇଛନ୍ତି। ଘଟଣା ଘଟିବା ପରେ ଅଭିଯୁକ୍ତ ଜଣକ ଫେରାର୍ ହୋଇଯାଇଛି। ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।