Another low pressure: ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। କ୍ରମେ ଏହା ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ। ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Trending Photos
ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ପୁଣି ଭିଜିବ ଓଡିଶା। ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ୨୩ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। କ୍ରମେ ଏହା ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ। ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଅନ୍ୟପଟେ ଆସନ୍ତା ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରକୋପ କମିବନି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସୋମବାର ରାଜ୍ୟର ୧୨ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିଲା। ଜି ଉଦୟଗିରିରେ ପାରଦ ସବୁଠୁ କମ୍ ବା ୭.୨ ଡିଗ୍ରୀ ସେଲସିୟସ୍କୁ ଖସି ଆସିଥିଲା। ଫୁଲବାଣୀରେ ୧୦.୫, ଅନୁଗୋଳରେ ୧୧.୬, ଦାରିଙ୍ଗିବାଡ଼ିରେ ୧୧.୫, ରାଉରକେଲାରେ ୧୨.୨, ଝାରସୁଗୁଡ଼ାରେ ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୧୪, ନବରଙ୍ଗପୁରରେ ୧୪.୫, ବଲାଙ୍ଗୀର ଓ ଢେଙ୍କାନାଳରେ ୧୪.୯, ସୋନପୁରରେ ୧୫.୧, ନୟାଗଡ଼ରେ ୧୫.୪ ଡିଗ୍ରୀ ରେକର୍ଡ ହୋଇଥିଲା।