ଖସାପଡା ନିତି ଶ୍ରୀଜୀୟୁ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ।
Trending Photos
ପୁରୀ: ଅଗଷ୍ଟ ୫ ସୋମବାର ଦିନ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ । ଶ୍ରାବଣ ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି ।
ଆପଣଙ୍କୁ କହିରଖୁଛୁ ଯେ, ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ। ଖସାପଡା ନିତି ଶ୍ରୀଜୀୟୁ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଏ।
ସୂଚନାଯୋଗ୍ୟ, ଆଜି (୦୪ ଅଗଷ୍ଟ, ରବିବାର) ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେଉଛି । ଆଜି ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ପ୍ରଭୁ ବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯାଉଛି । ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିବା ପରେ ଶ୍ରୀଜିଉଙ୍କ ଝୋବା ମଇଲମ ହୋଇ ଜୟବିଜୟ ଦ୍ୱାର ବନ୍ଦ କରାଯାଇଛି । ପତିମହାପାତ୍ର ସେବକ ସଂସ୍କାର କରିବା ପରେ ବାଡ଼ଗ୍ରାହୀ ଦଇତାପତି ମାନେ ରତ୍ନସିଂହାସନାରେ ଅଧିଷ୍ଠିତ ଶ୍ରୀଜିଉଙ୍କର ଚିତାଲାଗି କାର୍ଯ୍ୟ ସମ୍ପର୍ଣ୍ଣ କରୁଛନ୍ତି ।
ସ୍ନାନପୂର୍ଣ୍ଣିମା ଦିନ ରାତ୍ରିରେ ଶ୍ରୀଜିଉମାନଙ୍କ ଶ୍ରୀମସ୍ତକରୁ ଏହି ସୁବର୍ଣ୍ଣ ଚିତାକୁ ଓଲାଗି କରାଯାଇଥିଲା । ରଥଯାତ୍ରା (Ratha Yatra)ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା । ତେବେ ଆଜି ଏହି ସୋଲ ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯାଉଛି । ଚିତାଲାଗି ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ । ତେବେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆଜି ଅପରାହ୍ନ ସାଢେ ୨ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୂର୍ବରୁ କୁହାଯାଇଥିଲା । ଚିତାଲାଗି କରି ଦଇତାପତି ସେବାୟତ ମାନେ ରତ୍ନସିଂହାସନରୁ ତଳକୁ ଓହ୍ଲାଇବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସେପଟେ ଆଜି ଅମାବାସ୍ୟା ନାରାୟଣ ଠାକୁର ମଧ୍ୟ ସାଗର ବିଜେ କରିବେ।
ସେପଟେ ଆଜି ମହାପ୍ରଭୁଙ୍କ ପବିତ୍ର ଚିତ୍ତାଲାଗି ଅମାବାସ୍ୟା (Chitalagi Amabasya) ରହିଥିବାରୁ ମହାପ୍ରଭୁଙ୍କର ଅନେକ ନୀତିକାନ୍ତି ରହିଛି। ଏଣୁ ନୀତିକୁ ସଅଳ କରିବା ପାଇଁ ଗତକାଲି ରାତ୍ର ପହୁଡ ୧୧.୧୫ରେ ସମ୍ପର୍ଣ୍ଣ ହେବା ସହ ଆଜି ୫.୨୫ରେ ଦ୍ୱାର ଫିଟା ନିତି ସମ୍ପର୍ଣ୍ଣ ହୋଇଛି। ୬.୫ରେ ମଙ୍ଗଳଆଳତୀ ହେବା ସହ ମଇଲମ, ଅବକାଶ ଆଦି ଦୈନନ୍ଦିନ ନିତି ଆଗକୁ ବଢିଛି। । ଭକ୍ତଙ୍କ ଦର୍ଶନ ଶୃଙ୍ଖଳିତ ଭାବେ ଚାଲିଛି।
Also Read- Rajyog: ବୁଧ, ଶୁକ୍ର ଏବଂ ଶନିଙ୍କ ପ୍ରଭାବରୁ ରାଜଯୋଗ, ୩ ରାଶିରେ ଧନ ଅଜାଡିବେ କୁବେର