୨୫ ନଭେମ୍ୱରରେ ପୁରୀ ଯାଉଛନ୍ତି କି ? ୪ ଘଣ୍ଟା ଦର୍ଶନ ବନ୍ଦ
Advertisement
Article Detail0/zeeodisha/odisha2528954

୨୫ ନଭେମ୍ୱରରେ ପୁରୀ ଯାଉଛନ୍ତି କି ? ୪ ଘଣ୍ଟା ଦର୍ଶନ ବନ୍ଦ

ପଇତା ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। 

୨୫ ନଭେମ୍ୱରରେ ପୁରୀ ଯାଉଛନ୍ତି କି ? ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି (୨୫ ନଭେମ୍ୱର ୨୦୨୪) ସୋମବାର ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ ଟା ସମୟରୁ ରାତି ୯ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । 

ପଇତା ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ପଇତା ଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଟୀ ଗତ ସେବା । ଶ୍ରୀଜୀଉମାନଙ୍କଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ପାଇଁ ମହାପ୍ରଭୁଙ୍କ ପଇତା ଲାଗି କରାଯାଇଥାଏ । ଏଥି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ପ୍ରସ୍ତୁତ କରିଥାନ୍ତି। ତାପରେ ପାଟରା ସେବକ ସେହି ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବା କାରଣରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ।

Also Read- Lucky Zodiac Sign: ୨୪ ନଭେମ୍ୱରରେ ରାଶି ପରିବର୍ତ୍ତନ ଯୋଗର ଶୁଭ ସମକକ୍ଷ

Also Read- Ank jyotish numerology: ନଭେମ୍ୱର ଶେଷ ସପ୍ତାହର କେଉଁ ଦିନ ଆପଣଙ୍କ ପାଇଁ ଶୁଭ ଜାଣନ୍ତୁ