ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ
Vigilance arrested: ୨୦୧୧ ରେ ଆଡ଼ହକ ଆସିଷ୍ଟାଣ୍ଡ ଇଂଜିନିୟର ଭାବେ ଯୋଗ ଦେଇଥିଲେ। ସେତେବେଳେ ମାତ୍ର ୧୪ ହଜାର ଟଙ୍କା ଥିଲା ଦରମା। ୨୦୧୬ ରେ ଓପିଏସସି ଦେଇ ନିୟମିତ ହୋଇଥିଲେ। ତେବେ ୮ ବର୍ଷର ନିୟମିତ ଚାକିରିରେ ଅମାପ ସମ୍ପତ୍ତିର ମାଲିକ ଥିଲେ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର।
ଜୟପୁର: ଶେଷରେ ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥ ପାତ୍ରଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଜୟପୁରରେ ଥିବା ତିନି ମହଲା ଘର, ଗଂଜାମ ବେଲଗୁଣ୍ଠାରେ ଥିବା ଦୁଇ ମହଲା ପୈତୃକ ଘର , ଭୁବନେଶ୍ୱର ନିଳାଦ୍ରୀ ବିହାର ସ୍ଥିତ ସମ୍ପର୍କୀୟ ଘରେ,ଜୟପୁର ବ୍ଲକରେ ଥିବା କାର୍ଯ୍ୟାଳୟ, ଜୟପୁର ମୁନିସିପାଲିଟିରେ ଥିବା କାର୍ଯ୍ୟାଳୟରେ ଚଢାଉ। ଚଢଉ କରିଥିଲା।
୨୦୧୧ ରେ ଆଡ଼ହକ ଆସିଷ୍ଟାଣ୍ଡ ଇଂଜିନିୟର ଭାବେ ଯୋଗ ଦେଇଥିଲେ। ସେତେବେଳେ ମାତ୍ର ୧୪ ହଜାର ଟଙ୍କା ଥିଲା ଦରମା। ୨୦୧୬ ରେ ଓପିଏସସି ଦେଇ ନିୟମିତ ହୋଇଥିଲେ। ତେବେ ୮ ବର୍ଷର ନିୟମିତ ଚାକିରିରେ ଅମାପ ସମ୍ପତ୍ତିର ମାଲିକ ଥିଲେ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଚଢ଼ାଉ ବେଳେ ୧ କୋଟି ଟଙ୍କାର ଜମା ଠାବ ହୋଇଥିଲା। ଏକ କୋଟି ୫୫ ଲକ୍ଷ ଟଙ୍କାର ଘର ସହ ଦୁଇଟା କୋଠା ଓ ୧୮ ପ୍ଲଟର ମାଲିକ ବିଶ୍ୱନାଥ ପାତ୍ର। ସେହିପରି ଭୁବନେଶ୍ୱର ପ୍ରାଇମ ଲୋକେସନରେ ରହିଛି ୬ ଟି ପ୍ଲଟ। ୮୫୦ ଗ୍ରାମ ସୁନା ଅଳଙ୍କାର ଠାବ କରିଥିଲା ଭିଜିଲାନ୍ସ।