Nua Khai: (ଅଜୟ କୁମାର ନାଥ) ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ସମ୍ବଲପୁର ସହର ନୂଆଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି। ଆଜି ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୮ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ କରାଯାଇଥିବାବେଳେ ସକାଳ ୯ଟା ୧୨ ମିନିଟ୍ ରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନାରେ ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ଏହି ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ବିଷ୍ଣୁସହସ୍ର ନାମ ପାଠ ପରେ ଶୁଭଲଗ୍ନ ବାହାରିଛି।


COMMERCIAL BREAK
SCROLL TO CONTINUE READING

ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ତରଫରୁ ନୂଆଖାଇ ଲଗ୍ନ ପ୍ରକାଶ ପାଇଛି।ପରମ୍ପରାନୁଯାୟୀ ଜନ୍ମାଷ୍ଟମୀ ପରଦିନ ନନ୍ଦଉତ୍ସବ ଆବସରରେ ନୂଆଖାଇ ଲାଗି ଲଗ୍ନ ବାହାରିଥାଏ। ସର୍ବ ପୁରାତନ ବ୍ରହ୍ମପୁରା ମନ୍ଦିରରେ ଏକ ବୈଠକ ଅନୁଷ୍ଠିତ ହୋଇଥାଏ। ଏଥିରେ ପଣ୍ଡିତ ଏବଂ ବିଦ୍ୱାନମାନେ ଯୋଗଦେଇ ଲଗ୍ନ ନିର୍ଦ୍ଧାରିତ କରିଥାନ୍ତି। ପରେ ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ସମଲେଶ୍ୱରୀଙ୍କଠାରେ ଅର୍ପଣ କରିଥାନ୍ତି। ସେହି ଲଗ୍ନ ଓ ସମୟରେ ନୂଆଖାଇ ଦିନ ମା’ଙ୍କ ଠାରେ ନବାନ୍ନ ଲାଗି ଲାଗି ହୋଇଥାଏ।