)
Balangir News: ଆଜି ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ବେଳେ ଏକ ଅଘଟଣ ସାମ୍ନାକୁ ଆସିଛି । ପରୀକ୍ଷା ପୂର୍ବରୁ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ଖବର ଅନୁଯାୟୀ, ବଲାଙ୍ଗୀର ବିଶ୍ବାତ୍ମା ବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ର ଜଣକ ଡାଲିଉଡ୍ ଗାଁର ଲିପୁନ୍ ପ୍ରଧାନ ବୋଲି ଜଣାପଡିଛି। ଝୁଲନ୍ତା ଅବସ୍ଥାରେ ଦେଖିବା ପରେ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ହସ୍ପିଟାଲ ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମୃତ ଛାତ୍ରଙ୍କ ପରିବାର ଲୋକେ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। ହସ୍ପିଟାଲରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।
ଆଜି ଲିପୁନ୍ ମାଟ୍ରିକ୍ ପରୀକ୍ଷା ଦେଇଥାନ୍ତେ, ତେବେ ପରୀକ୍ଷା ଚାପରେ ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରାଯାଉଛି। ଅନ୍ୟପଟେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।