Bamana Janma: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ।  ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ | ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ମଧ୍ୟାହ୍ନ ଧୂପ ବଢିବା ପରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି,ପବିତ୍ରା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ଵିଧି ଅନୁଷ୍ଠିତ ହେବ। ସେଥିପାଇଁ ଆଜି ମଧ୍ୟାହ୍ନଧୂପ ଛେକ ପରେ ପ୍ରାୟ ୩ ଘଣ୍ଟା ଅର୍ଥାତ ଅପରାହ୍ନ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବାମନ ଜନ୍ମ ନୀତି ପରେ ପୁନର୍ବାର ଦର୍ଶନ ଚାଲୁରହିବ ବୋଲି ଜଣାପଡିଛି | ସଡ଼ ଜୟନ୍ତୀ ମାନଙ୍କ ମଧ୍ୟରୁ ବାମନ ଜନ୍ମ ଅନ୍ୟତମ ହୋଇଥିବାରୁ ଗତକାଲି ରାତ୍ରରେ ଶ୍ରୀମନ୍ଦିର ପୁରୋହିତଙ୍କ ଦ୍ୱାରା ଅଧିବାସ ହୋଇଥିଲା । ଆଜି ମଧ୍ୟ ଶ୍ରୀମନ୍ଦିରରେ ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ନୀତି ଅନୁଷ୍ଠିତ ହେବ।


COMMERCIAL BREAK
SCROLL TO CONTINUE READING

   ସେପଟେ ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଆଜି ସନ୍ଧ୍ୟାରେ ଶ୍ରୀନଅରରେ ପାଳିତ ହେବ ସୁନିଆ ଉତ୍ସବ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ନୂଆ ସାଲ ଓ ଅଙ୍କର ହେବ ପ୍ରବେଶ। ସନାତନ ଧର୍ମରେ ଜାତକ ଓ ପାଞ୍ଜି ଅଙ୍କ ଗଣନାର ବିଶେଷ ମହତ୍ୱ ରହିଥିବା ବେଳେ ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ  । ଆଜିଠାରୁ ରାଜତନ୍ତ୍ର ପରମ୍ପରା ଅନୁସାରେ ଆରମ୍ଭ ହେବ ନବବର୍ଷ । ରାଜତନ୍ତ୍ର ଲୋପ ପାଇଥିଲେ ବି ପାରମ୍ପରିକ ଭାବରେ ବଞ୍ଚି ରହିଛି ପ୍ରଥା ପରମ୍ପରା । ସନାତନ ଧର୍ମରେ ପାଞ୍ଜି ଓ ଅଙ୍କ ଗଣନାର ବିଶେଷ ମହତ୍ୱ ରହିଥିବା ବେଳେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୬୮ ଅଙ୍କର ପ୍ରବେଶ । ଚଳିତବର୍ଷ ମହାରାଜ ଗଜପତିଙ୍କ ୧୪୩୨ ସାଲ ପ୍ରବେଶ ହେବ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ପାଳିତ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବାର ଅନନ୍ୟ ବିଧି ମଧ୍ୟ ପ୍ରଚଳିତ ରହିଛି। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ।