Advertisement
Article Detail0/zeeodisha/odisha2776312
Zee OdishaOdisha StatePuri News: ମହାପ୍ରଭୁଙ୍କ ବନକଲାଗି ନୀତି: ଆଜି ଚାରି ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

Puri News: ମହାପ୍ରଭୁଙ୍କ ବନକଲାଗି ନୀତି: ଆଜି ଚାରି ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

Puri News: ଆଜି ମେ' ମାସ ୨୮ ତାରିଖ (ବୁଧବାର) । ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । 

Puri News: ମହାପ୍ରଭୁଙ୍କ ବନକଲାଗି ନୀତି: ଆଜି ଚାରି ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

Puri News: ଆଜି ମେ' ମାସ ୨୮ ତାରିଖ (ବୁଧବାର) । ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୭.୦୦ ଟିକା ଠାରୁ ରାତ୍ର ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ନୀତି ହେଉଛି ମହାପ୍ରଭୁଙ୍କର ଏହା ଏକ ଗୁପ୍ତନୀତି। ଆଜି ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ସୃଙ୍ଗାର ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ,ଶଂଖ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । 

ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ। ତେବେ ବନକଲାଗି ସରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଅତିବ ଉଜ୍ଜଳମୟ ଦେଖାଯାଏ। ମହାପ୍ରଭୁଙ୍କ ଚକାଆଖି ଏତେ ଆକର୍ଷଣୀୟ ଦେଖାଯାଆନ୍ତି ଯେ ଭକ୍ତମାନେ ମହାପ୍ରଭୁଙ୍କୁ ଟିକେ ଦର୍ଶନ କରିବା ପାଇଁ ବ୍ଯାକୁଳ ହୁଅନ୍ତି।

Add Zee News as a Preferred Source
About the Author