Puri Srimandir: ଆସନ୍ତାକାଲି ପୌଷ କୃଷ୍ଣ ପକ୍ଷ ସପ୍ତମୀ ତିଥି । ଏ ଅବସରରେ ମହାପ୍ରଭୁଙ୍କ (Lord Jagannath) ବନକ ଲାଗି (Banakalagi Niti) ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର(Lord Jagannath)ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ,ଶଙ୍ଖ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ସାମଗ୍ରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । 


COMMERCIAL BREAK
SCROLL TO CONTINUE READING

ALSO READ :  Train Delay: ଯାତ୍ରୀଙ୍କ ଚିନ୍ତା ବଢାଇଲା ଘନ କୁହୁଡ଼ି, ବିଳମ୍ବରେ ଚାଲୁଛି ଏହି ସବୁ ଟ୍ରେନ୍


ବନକଲାଗି ପରେ ମହାପ୍ରଭୁଙ୍କ ଶ୍ରୀମୁଖର ଉଜ୍ଜ୍ୱଳତା ବୃଦ୍ଧି ପାଇଥାଏ। ମହାପ୍ରଭୁଙ୍କ ଏହି ଦିବ୍ଯ ଚକାଆଖି ଭକ୍ତଜନଙ୍କୁ ଶ୍ରୀମନ୍ଦିରକୁ ଟାଣି ଆଣିଥାଏ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସର୍ବସାଧାରଣ ଦର୍ଶନକୁ ବାରଣ (common darshan) କରାଯାଇଛି। ଏଥିପାଇଁ ଆଜି ପ୍ରାୟ ଅପରାହ୍ନ ୪ ଟା ରୁ ରାତି ୮ ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି (Shree Jagannath Temple Administration)। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର କରିବାର ସୌଭାଗ୍ୟ ପାଇବେ ଶ୍ରଦ୍ଧାଳୁ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । 


ବନକଲାଗି ନୀତି କ'ଣ?
ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପ୍ରତ୍ୟକ ମାସରେ ହାରାହାରି ଦୁଇ ଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ରୁ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି  କୁହାଯାଏ ।