Advertisement
Article Detail0/zeeodisha/odisha2669255

୫ ମାର୍ଚ୍ଚରେ ବନକଲାଗି ନୀତି, ଏତିକି ସମୟ ଦର୍ଶନ ବନ୍ଦ

ମାର୍ଚ୍ଚ ୦୫ ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । 

୫ ମାର୍ଚ୍ଚରେ ବନକଲାଗି ନୀତି, ଏତିକି ସମୟ ଦର୍ଶନ ବନ୍ଦ

ପୁରୀ: ମାର୍ଚ୍ଚ ୦୫ ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଭକ୍ତଙ୍କ ଅବଗତ ନିମନ୍ତେ ସୂଚନା ଦିଆଯାଇଛି ।

ଅନ୍ୟପଟେ, ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେବା କାରଣରୁ ମାର୍ଚ୍ଚ ୫ ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ଯ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

ଆପଣଙ୍କୁ କହିରଖୁଛୁ ଯେ, ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ।  ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ।  ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ତିନି ଦାରୁ ମୂର୍ତ୍ତିଙ୍କ ମୁଖ ମଣ୍ତଳରେ ଶୃଙ୍ଖାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ।  ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି।  ଏମାନଙ୍କୁ ଦତ୍ତ ମହାପାତ୍ର ସେବକ କୁହାଯାଏ।  ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହ ମାନଙ୍କୁ ଲଗାଇବା ଏମାନଙ୍କ ମୁଖ୍ୟ କାମ। ରଙ୍ଗ ସହିତ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ। 

Add Zee News as a Preferred Source

Also Read- ଚିଠି ଲେଖି ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Also Read- Rajyog 2025: ଶନି ଏବଂ ମଙ୍ଗଳଙ୍କ ହେବ ସଂଯୋଗ, ୩ ରାଶିର ରହିବନି ଅର୍ଥ ଅଭାବ

About the Author