Advertisement
Article Detail0/zeeodisha/odisha2843555
Zee OdishaOdisha StateBanakalagi Ritual: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Banakalagi Ritual: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Banakalagi Ritual: ଆଜି ଗୁରୁବାର ଶ୍ରାବଣ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। 

Banakalagi Ritual: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Banakalagi Ritual: ଆଜି ଗୁରୁବାର ଶ୍ରାବଣ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ପ୍ରାୟ ସାଢେ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬.୩୦ଟାରୁ ରାତ୍ର ୧୧ ଘଟିକା ପର୍ଯ୍ୟନ୍ତ ଏହି ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।

ବନକଲାଗି ନୀତି ହେଉଛି ମହାପ୍ରଭୁଙ୍କର ଏହା ଏକ ଗୁପ୍ତନୀତି। ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ,ହରିତାଳ,ଶଂଖ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । 

 

Add Zee News as a Preferred Source

 

About the Author