ଆସନ୍ତା କାଲି ବନକଲାଗି, ସନ୍ଧ୍ୟାବେଳେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
Advertisement
Article Detail0/zeeodisha/odisha2392528

ଆସନ୍ତା କାଲି ବନକଲାଗି, ସନ୍ଧ୍ୟାବେଳେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୯ ଘଟିକା ପର୍ଯ୍ୟନ୍ତ ପେଏ ଚାରି ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଆସନ୍ତା କାଲି ବନକଲାଗି, ସନ୍ଧ୍ୟାବେଳେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲି ଶ୍ରୀଜିଉଙ୍କ ନିୟମିତ ବନକଲାଗି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କୁ ଶ୍ରୀମୁଖକୁ ସୁସଜ୍ଜିତ କରି ରଖିବା ଲାଗି ଏହି ନୀତି ପାଳନ କରାଯାଇଥାଏ।  ଏହି ଅନୁସାରେ ଆସନ୍ତା କାଲି ବୁଧବାରକୁ ସ୍ଥିର କରାଯାଇଛି। ପରମ୍ପରା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ତୃତୀୟା ତିଥି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି। ଏଣୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ। 

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୯ ଘଟିକା ପର୍ଯ୍ୟନ୍ତ ପେଏ ଚାରି ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପ୍ରତ୍ୟକ ମାସରେ ହାରାହାରି ଦୁଇ ଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ରୁ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି  କୁହାଯାଏ ।

Also Read- ଅବକାରୀ ମୁକ୍ତ ହେଲା ମେଥାନଲ, ଆମଦାନୀ ଶୁଳ୍କ ବି ପଡ଼ିବନି

Also Read- PM Kisan Yojana: କେବେ ମିଳିବ ପିଏମ କିସାନର ୧୮ତମ କିସ୍ତି? ପଢ଼ନ୍ତୁ ସମ୍ପୂର୍ଣ୍ଣ ଖବର