ଚିକିଟି ମଦ ମୃତ୍ୟୁ ଘଟଣା; ୨ ଅବକାରୀ ଅଧିକାରୀଙ୍କ ବଦଳି
Advertisement
Article Detail0/zeeodisha/odisha2394526

ଚିକିଟି ମଦ ମୃତ୍ୟୁ ଘଟଣା; ୨ ଅବକାରୀ ଅଧିକାରୀଙ୍କ ବଦଳି

ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତିଙ୍କୁ କୋରାପୁଟକୁ ବଦଳି କରାଯାଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି।

ଚିକିଟି ମଦ ମୃତ୍ୟୁ ଘଟଣା; ୨ ଅବକାରୀ ଅଧିକାରୀଙ୍କ ବଦଳି

ବ୍ରହ୍ମପୁର: ଚିକିଟି ମଦ ମୃତ୍ୟୁ ଘଟଣା ପରେ ୨ ଅଧିକାରୀଙ୍କ ବଦଳି ହୋଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସ୍‌ଆଇଙ୍କ ବଦଳି ହୋଇଥିବା ସୂଚନା ରହିଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତିଙ୍କୁ କୋରାପୁଟକୁ ବଦଳି କରାଯାଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି। ବୁଧବାର ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ନିଲମ୍ବିତ ହୋଇଛନ୍ତି। 

ଚିକିଟି ମଦ ଟ୍ରାଜେଡିକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହେବା ପରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ କରାଯାଇଛି। ଗତକାଲି ସଂଧ୍ୟା ସୁଦ୍ଧା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭ ହଜାର ୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ରହିଛି। ଗଞ୍ଜାମ ଜିଲ୍ଲାରୁ ୩୮୫ ଲିଟର ମଦ ଜବତ କରାଯାଇଥିବା ସୂଚନା ରହିଛି।

ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲା ଟିକିରିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ୧୨ରୁ ଅଧିକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବୁଧବାର ଏହି ଘଟଣାକୁ ନେଇ ରାଜ୍ୟ ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।