ଭୁବନେଶ୍ଵର: ଆଜିଠୁ ଓଡ଼ିଶାରେ ଆରମ୍ଭ ହେବ ବିଜେପିର ସଦସ୍ୟତା ଅଭିଯାନ। ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ବିଜେପିର ସଦସ୍ୟ ଅଭିଯାନ ନେଇ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ତେବେ ୧୮ବର୍ଷରୁ ଅଧିକ ହୋଇଥିଲେ ବିଜେପିରେ ସାମିଲ ହୋଇ ପାରିବେ। ଉଭୟ ଅନ ଲାଇନ ଏବଂ ଅଫ ଲାଇନ ମାଧ୍ୟମରେ ସଦସ୍ୟ ହୋଇପାରିବେ। ନମୋ ଆପ୍ , କ୍ୟୁଆର କୋର୍ଡ ସହିତ ବିଜେପିର ପ୍ରତ୍ୟେକ କାର୍ଯ୍ୟକର୍ତ୍ତା ଘରକୁ ଘର ଯାଇ ସଦସ୍ୟତା ଅଭିଯାନକୁ ସଫଳ କରିବେ। 


COMMERCIAL BREAK
SCROLL TO CONTINUE READING

ଅଭିଯାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଉପସ୍ଥିତ ରହିବେ। ଓଡ଼ିଶାରେ ଏକ କୋଟି ସଦସ୍ୟଙ୍କୁ ବିଜେପିରେ ସାମିଲ କରିବା ପାଇ ପଦ୍ମ କ୍ୟାମ୍ପ ଟାର୍ଗେଟ କରିଛି। ବିଜେପିର ପ୍ରତି ୬ ବର୍ଷରେ ଥରେ ପ୍ରାଥମିକ ସଦସ୍ୟତା ଅଭିଯାନ ହୋଇଥାଏ। ଏହି ଅଭିଯାନରେ ସମାଜର ସବୁବର୍ଗର ଓ ସବୁସ୍ତରର ଲୋକ ଏଥିରେ ସାମିଲ କରିବା ପାଇଁ ଲକ୍ଷ୍ୟ ରଖିଛି ବିଜେପି।