ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା
Advertisement
Article Detail0/zeeodisha/odisha2446017

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

J p Nadda: ଏହିକ୍ରମରେ ଗୁରୁବାର ଦିନ ରାଜ୍ୟ ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ଯେଉଁଥିରେ ସାମିଲ ହେବା ଲାଗି ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଗସ୍ତରେ ଆସୁଛନ୍ତି। 

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ଭୁବନେଶ୍ଵର: ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ବିଜେପି ସଭାପତି ମନମୋହନ ସାମଲ। ଦିନ ସାଢ଼େ ୧୧ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦଳୀୟ କାର୍ଯ୍ୟାଳୟରେ ସାଂସଦ, ବିଧାୟକ ଓ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦଳୀୟ ସଦସ୍ୟତା ଅଭିଯାନ ନେଇ ପରାମର୍ଶ ଦେବେ। ଏହାପରେ ପୁରୀ ଜିଲାର ସୁଆଣ୍ଡୋ ଗସ୍ତ ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ପରେ ଆକ୍ସନମୋଡକୁ ଆସିଛି ରାଜ୍ୟ ସଂଗଠନ। ରାଜ୍ୟରେ କିପରି ଦଳକୁ ଦୃଢ କରାଯିବ। ସେନେଇ ବିଜେପି ପକ୍ଷରୁ ସଦସ୍ୟତା ଅଭିଯାନ ଗ୍ରହଣ କରାଯାଇଛି। ଏହିକ୍ରମରେ ଗୁରୁବାର ଦିନ ରାଜ୍ୟ ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ଯେଉଁଥିରେ ସାମିଲ ହେବା ଲାଗି ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଗସ୍ତରେ ଆସୁଛନ୍ତି।