BSKY ନବୀନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Advertisement
Article Detail0/zeeodisha/odisha2143537

BSKY ନବୀନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡିଶା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ଆଜିଠୁ କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। BSKYରେ ଏକ କୋଟି ପରିବାର ପାଉଛନ୍ତି କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇପାରିବେ। ମ

BSKY ନବୀନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

BSKY Naveen Pattnaik: ଓଡିଶା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ଆଜିଠୁ କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। BSKYରେ ଏକ କୋଟି ପରିବାର ପାଉଛନ୍ତି କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇପାରିବେ। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି । ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, Cashless ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ। କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇ କହିଲେ ଯେ 5T ରେ କାର୍ଯ୍ୟକାରୀ ହେଉଥିବା BSKY ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଆଜି ଗ୍ରାମାଞ୍ଚଳର  ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ। 5T ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି 5T  ମନ୍ତ୍ର ଉପରେ ରାଜ୍ୟାବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଛନ୍ତି।