ସୁରୁଖୁରୁରେ ରଥ ଯାତ୍ରା କରିବା ନେଇ ଛତିଶା ନିଯୋଗ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2301082

ସୁରୁଖୁରୁରେ ରଥ ଯାତ୍ରା କରିବା ନେଇ ଛତିଶା ନିଯୋଗ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Ratha Yatra 2024: ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

 

Mohan Majhi

Ratha Yatra 2024:  ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଗାମୀ ରଥଯାତ୍ରା କୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁ ରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି । ଚଳିତ ବର୍ଷ ରଥଯାତ୍ରା ଏକ ବିରଳ ସଂଯୋଗ। ଗୋଟିଏ ଦିନରେ ୩ ଟି ନୀତି ସହ ରଥଯାତ୍ରା କାମ ସମ୍ପନ୍ନ ହେବ । ଏହାକୁ ଶୃଙ୍ଖଳିତ ଭାବେ କରିବା ପାଇଁ ମୁଖ୍ୟମନ୍ତ୍ରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କୁ ଅନୁରୋଧ କରିଥିଲେ। 

ମହାପ୍ରଭୁଙ୍କ ଅପାର କରୁଣାରୁ ଗୋଟିଏ ସାଧାରଣ ପରିବାରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି। ଏ ସବୁ ପ୍ରଭୁ ଙ୍କ ଇଛା। ସେ ପୁଣି କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ଆଶିର୍ବାଦରେ ରାଜ୍ୟ, ଦେଶ ତଥା ଏ ଦୁନିଆ ଚାଲିଛି ।  ଏହି ବିରଳ ରଥଯାତ୍ରା ମହାପ୍ରଭୁଙ୍କ ଆଶିର୍ବାଦ ଓ ଆପଣ ମାନଙ୍କ ସହଯୋଗରେ ନିଶ୍ଚିତ ରୂପେ ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ଛତିଶା ନିଯୋଗ ର ସଦସ୍ୟ ମାନେ ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇ କହିଲେ ଯେ,  ଆମ ସେବକ ମାନଙ୍କ  ପ୍ରତି ନୂଆ ସରକାରଙ୍କ  ଆତ୍ମୀୟତା ଭାବ ଯୋଗୁ  ଆମେ ବହୁତ୍ ଖୁସି  ଓ ଆନନ୍ଦିତ।

ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ବ୍ୟବସ୍ଥା କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଆଇନ ମନ୍ତ୍ରୀ ଶ୍ରୀ ପୃଥିରାଜ ହରିଚନ୍ଦନ ମଧ୍ଯ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସଦସ୍ୟ ମାନଙ୍କୁ ନିବେଦନ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ସେବାୟତ ମାନଙ୍କୁ ବୈଠକକୁ ସ୍ବାଗତ କରିଥିଲେ।