Manoj Ahuja: ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଆଜି ରାଜ୍ୟ ସରକାର ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ମୁଖ୍ୟ ସଚିବ ପଦ ସହିତ ସେ ଏହି ଦାୟିତ୍ୱକୁ ମଧ୍ୟ ତୁଲାଇବେ ବୋଲି ଜଣାପଡ଼ିଛି। ଶ୍ରୀମନ୍ଦିର ଅଧିନିୟମ ୧୯୫୫ ଆଇନର ପ୍ରାବଧାନ ଅନୁଯାୟୀ, ମନ୍ଦିରର ପ୍ରଶାସନ, ସଞ୍ଚାଳନ ଓ ପରିଚାଳନା ଭାର ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପରେ ନ୍ୟସ୍ତ ରହିଛି । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ, ପୁରୀ ପରିଚଳନା କମିଟିର ସଦସ୍ୟମାନେ ରହିଛନ୍ତି ।


COMMERCIAL BREAK
SCROLL TO CONTINUE READING

ଆଇନ ଅନୁଯାୟୀ ପରିଚାଳନା କମିଟିରେ ଗଜପତି ମହାରାଜା, ପୁରୀ (ଅଧ୍ୟକ୍ଷ), ଜିଲ୍ଲାପାଳ, ପୁରୀ (ଉପାଧ୍ୟକ୍ଷ), ମନ୍ଦିର ପରିଚାଳନା, ସଦସ୍ୟ, କୋଷାଦାୟ (ଏଣ୍ଡୋମେଣ୍ଟ) ଆୟୁକ୍ତ ଅନ୍ୟ ସେବାୟତ ଏବଂ ମୁକ୍ତିମଣ୍ଡପର ସଦସ୍ୟ ମଧ୍ୟ ରହିଛନ୍ତି ।